ନୂଆ ରେକର୍ଡ ସ୍ତରରେ ସେନ୍‌ସେକ୍ସ

ମୁମ୍ବାଇ: ଭାରତୀୟ ଶେୟାର ବଜାରର ବୃଦ୍ଧି ଧାରା ଜାରି ରହିଛି। ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ସର୍ବକାଳୀନ ରେକର୍ଡ ସ୍ତରରେ ରହିଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏବଂ ଭାରତୀ ଏୟାରଟେଲ ଭଳି କମ୍ପାନୀର ଶେୟାର କାରବାର ଏହି ସମୟରେ ଭଲ ରହିଛି। ବିଶ୍ୱ ଶେୟାର ବଜାରଗୁଡିକରେ ଉନ୍ନତ ପ୍ରଦର୍ଶନ ଏବଂ ବିଦେଶୀ ପୋର୍ଟଫୋଲିଓ ନିବେଶକଙ୍କ ନିବେଶ ବଢ଼ିବାରୁ ଶେୟାର ବଜାରରେ କାରବାର ଊର୍ଦ୍ଧ୍ୱଗାମୀ ରହିଛି। ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସ ଦିନ ମଧ୍ୟରେ ନୂଆ ରେକର୍ଡ ସ୍ତର ୪୯,୫୬୯.୧୪ ସ୍ତର ଛୁଇଁଥିଲା। କାରବାର ଶେଷ ବେଳକୁ ଏହା ୨୪୯.୭୯ ପଏଣ୍ଟ(୦.୫୦%) ଉଚ୍ଚରେ ରହି ୪୯,୫୧୭.୧୧ ପଏଣ୍ଟରେ ବନ୍ଦ ହୋଇଛି।
ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ନିଫ୍ଟି) କାରବାର ୭୮.୭୦(୦.୫୪%) ୧୪,୫୬୩.୪୫ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ଏହା ଦିନ ମଧ୍ୟରେ ୧୪,୫୯୦.୬୫ ପଏଣ୍ଟ ସ୍ତର ଛୁଇଁଥିଲା। ସେନ୍‌ସେକ୍ସରେ ଏସ୍‌ବିଆଇ ସବୁଠାରୁ ଭଲ କାରବାର ହାସଲ କରିଛି। ଏହାର ଶେୟାର କାରବାର ପ୍ରାୟ ୪% ବଢିଛି। ସେହିଭଳି ଭାରତୀ ଏୟାରଟେଲ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଆଇଟିସି, ଆକ୍ସିସ ବ୍ୟାଙ୍କ ଏବଂ ଏନ୍‌ଟିପିସିର ଶେୟାର ପ୍ରଦର୍ଶନ ବେଶ୍‌ ଉନ୍ନତ ରହିଥିଲା। ଏସିଆନ ପେଣ୍ଟସ, ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌, ନେସ୍‌ଲେ ଇଣ୍ଡିଆ, ଟାଇଟାନ, କୋଟାକ ବ୍ୟାଙ୍କର ଶେୟାର କାରବାର କ୍ଷତିଗ୍ରସ୍ତ ହୋଇଛି। ସୋମବାର ବିଦେଶୀ ପୋର୍ଟଫୋଲିଓ ନିବେଶକମାନେ ୩,୧୩୮ କୋଟି ଟଙ୍କା ନିବେଶ କରିଛନ୍ତି। କେବଳ ସିଓଲକୁ ଛାଡି ଏସିଆର ଅନ୍ୟ ପ୍ରମୁଖ ଶେୟାର ବଜାରଗୁଡିକର କାରବାର ବେଶ୍‌ ଉନ୍ନତ ରହିଛି। ସେହିଭଳି ୟୁରୋପ ଶେୟାର ବଜାର ମଧ୍ୟ ଉନ୍ନତ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ମୋବାଇଲ ୟୁଜର୍ସଙ୍କୁ ଝଟ୍‌କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…

ନୂଆଦିଲ୍‌ଲୀ,୧୧।୧୨: ମୋବାଇଲ ଉପଭୋକ୍ତାମାନେ ପୁଣି ଥରେ ମୁଦ୍ରାସ୍ଫୀତିର ଶିକାର ହେଉଛନ୍ତି। ସମ୍ପ୍ରତି, ଜିଓ ବ୍ୟତୀତ ସମସ୍ତ କମ୍ପାନୀ ସେମାନଙ୍କର ଯୋଜନା ବୃଦ୍ଧି କରିଛନ୍ତି, ଏବଂ ଏବେ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri