ଖଣ୍ଡପଡ଼ା,୧୩ା୧(ସ୍ବ.ପ୍ର): ନୟାଗଡ଼ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ କିଆଝର ପଞ୍ଚାୟତର କିଆଝରପାଟଣା ଗ୍ରାମର ଜଣେ ୬ ବର୍ଷର ଶିଶୁ ମଙ୍ଗଳବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏ ସଂକ୍ରାନ୍ତରେ ଖଣ୍ଡପଡା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତନାଘନା ଆରମ୍ଭ କରିଛି । ମିଳିଥିବା ସୂଚନା ଅନୁଯାୟୀ, କିଆଝର ପାଟଣା ଗ୍ରାମର ଲକ୍ଷ୍ମଣ ଲେଙ୍କାଙ୍କ ପୁଅ ଲୁଡୁ(୬) ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଘରୁ ପଦାକୁ ଆସିଥିଲେ । ଗାଁ ଦାଣ୍ଡରେ ସେ ଖେଳୁଥିବା ପରିବାର ଲୋକେ ଭାବିଥିଲେ । ହେଲେ ସେ ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକେ ଲୁଡୁଙ୍କୁ ବହୁ ଖୋଜିଥିଲେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା । ଏ ସଂକ୍ରାନ୍ତରେ ସ୍ଥାନୀୟ ଲୋକେ ଜାଣିବା ପରେ ସେମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ । ଶେଷରେ ରାତି ପ୍ରାୟ ୮ଟାରେ ଏ ନେଇ ଖଣ୍ଡପଡା ଥାନାରେ ଲକ୍ଷ୍ମଣ ଲିଖିତ ଅଭିଯୋଗ କରିଥିଲେ । ଆଇଆଇସି ବିଶ୍ୱଜିତ୍ ରାଉତରାୟ ସଦଳବଳ ଘଟଣାସ୍ଥଳ ପରିଦର୍ଶନ କରି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ଲୁଡୁ ଭଲ ଭାବେ ଶୁଣି ପାରନ୍ତି ନାହିଁ କି ସ୍ପଷ୍ଟ ଭାବେ କଥା କହି ପାରନ୍ତି ନାହିଁ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି ।
Posted inଆମ ଜିଲା ଖବର, ନୟାଗଡ଼ View All
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
ଧାନରେ ଇନ୍ପୁଟ୍ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
Archives


