ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ମନ୍ତ୍ରୀ, ବିଧାୟକଙ୍କୁ କଳାପତାକା ଦେଖାଇଲା ଯୁବ କଂଗ୍ରେସ

ଭବାନୀପାଟଣା,୧୩।୧: ଗୁରୁବାର କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡା ଇନ୍ଦ୍ରାବତୀ ମେଗାଲିପ୍ଟ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ପୂର୍ବରୁ ବୁଧବାର ଭବାନୀପାଟଣା ସହର ନକଟିଗୁଡା ଛକଠାରେ ରାଜ୍ୟ ସରକାରଙ୍କ ୩ ମନ୍ତ୍ରୀ ଓ ସଙ୍ଗଠାନିକ ସମ୍ପାଦକ ତଥା ଯାଜପୁର ବିଧାୟକଙ୍କୁ ଯୁବ କଂଗ୍ରେସ କର୍ମୀମାନେ କଳାପତାକା ପ୍ରଦର୍ଶନ କରିଥିଲେ। ୩ ମନ୍ତ୍ରୀଙ୍କ ମଧ୍ୟରେ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର, ଟୁକୁନି ସାହୁ, ସୁଶାନ୍ତ ସିଂହ ରହିଥିବା ବେଳେ ବିଧାୟକ ଭାବେ ପ୍ରଣବ ପ୍ରକାଶ ଦାସ ରହିଥିଲେ। କଳାହାଣ୍ଡିରେ ଉନ୍ନୟନ କାର୍ଯ୍ୟ ହେଉ ନ ଥିବା ଓ ବେରୋଜଗାରୀ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏପରି କି କଂଗ୍ରେସ କର୍ମୀମାନେ ମନ୍ତ୍ରୀଙ୍କ କାରକେଡକୁ ପଶି ଆସି କଳାପତକା ଦେଖାଇଥିଲେ।
ପ୍ରକାଶ ଯେ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଦିନକ ପୂର୍ବରୁ କଳାହାଣ୍ଡିରେ ୬୯ ବିଧାୟକ ଓ ୧୦ ମନ୍ତ୍ରୀ ଡେରା ପକାଇଛନ୍ତି। ବୁଧବାର ବିଧାୟକ ଓ ମନ୍ତ୍ରୀମାନେ ମେଗାଲିପ୍ଟ ଯୋଜନାରେ ସାମିଲ ହେଉଥିବା ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟକୁ ଯାଇ ପ୍ରକଳ୍ପର ଉପକାରିତା ବିଷୟରେ ସ୍ଥାନୀୟ ଲୋକଙ୍କୁ ସଭା ମାଧ୍ୟମରେ ସଚେତନ କରାଇଛନ୍ତି। ଏହି ଗସ୍ତ ସମୟରେ ୩ ମନ୍ତ୍ରୀ ଓ ବିଧାୟକଙ୍କୁ ଯୁବ କଂଗ୍ରେସ କର୍ମୀମାନେ କଳାପତକା ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri