କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୧୪।୧(ଡି.ଏନ୍‌.ଏ.) : ଦୀର୍ଘ ୯ ମାସ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧.୩୦ରେ ହେଲିପ୍ୟାଡ୍‌ରେ ଓହ୍ଲାଇବା ପରେ ଏକ କାର୍‌ରେ  ସଭାସ୍ଥଳରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସଭାସ୍ଥଳରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ମୁଖ୍ୟମନ୍ତ୍ରୀ ଆଜି ଜୟପାଟଣା ବ୍ଲକ କନକପୁରରେ୨୦୮୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହି କାର୍ଯ୍ୟକ୍ରମରେ ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଜିଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ସମେତ ବହୁ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଅଛନ୍ତି। ସେହିପରି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କୋଭିଡ୍‌ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି। ୨୫ ଶହ କୋଭିଡ୍‌ ନେଗେଟିଭ ଥିବା ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri