Posted inଖେଳ

ପ୍ରଥମ ଟେଷ୍ଟ: ରୁଟ୍‌ଙ୍କ ବୃହତ୍‌ ଶତକ: ଇଂଲଣ୍ଡ ପ୍ରଭାବୀ

ଗାଲେ,୧୬।୧(ପି.ଟି.): ଅଧିନାୟକ ଜୋ ରୁଟ୍‌ଙ୍କ ଅପରାଜିତ ଶତକ (୧୬୮*, ୨୫୪ ବଲ, ୧୨ ଚୌକା) ବଳରେ ଇଂଲଣ୍ଡ ଘରୋଇ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍‌ ଅଗ୍ରଣୀ ହାସଲ କରି ସ୍ଥିତି ଦୃଢ କରିଛି। ଟସ୍‌ ଜିତ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୪୬.୧ ଓଭରରେ ୧୩୫ ରନକରି ଅଲଆଉଟ ହୋଇଥ ତ୍ଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଇଂଲଣ୍ଡ ଶୁକ୍ରବାର ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ୯୪ ଓଭରରେ ୪ ଉଇକେଟ ହରାଇ ୩୨୦ ରନ ସଂଗ୍ରହ କରିଛି। ଫଳରେ ୬ ଉଇକେଟ ହାତରେ ରଖି ଇଂଲଣ୍ଡ ଏବେ ୧୮୫ ରନର ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ରୁଟ୍‌ ୧୬୮ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ୭ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୨୭/୨ରୁ ଖେଳ ଆରମ୍ଭ କରିଥିଲା ଇଂଲଣ୍ଡ। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ରୁଟ ୬୬ରୁ ଖେଳ ଆରମ୍ଭ କରି କ୍ୟାରିୟରର ୧୮ତମ ଟେଷ୍ଟ ଶତକ ହାସଲ କରିଥିଲେ। ଏହାପୂର୍ବରୁ ରୁଟ୍‌ ୨୦୧୯ରେ ହାମିଲଟନରେ ନ୍ୟୁଜିଲାଣ୍ଡ ବିପକ୍ଷରେ ୨୨୬ ରନକରି ଶେଷଥର ପାଇଁ ଶତକ ଅର୍ଜନ କରିଥିଲେ। ସେହିପରି ଜନି ବେୟାରଷ୍ଟୋ ଓଭରନାଇଟ ସ୍କୋର ୪୭ରେ ଅଧିକ ରନ୍‌ ସଂଗ୍ରହ କରି ନ ପାରି ଲାସିଥ ଏମ୍ବୁଲଡେନିଆଙ୍କ ବଲ୍‌ରେ କୁଶଲ ମେଣ୍ଡିଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ପଦାର୍ପଣ କରିଥିବା ଏସେକ୍ସ ବ୍ୟାଟ୍ସମ୍ୟାନ ଡାନ ଲରେନ୍ସ ୧୫୦ ବଲର ସମ୍ମୁଖୀନ ହୋଇ ୬ ଚୌକା ଓ ୧ ଛକା ସହ ୭୩ ରନର ଇନିଂସ ଖେଳି ନିଜ ପ୍ରତିଭାର ପ୍ରମାଣ ଦେଇଛନ୍ତି। ସେ ଦିଲ୍‌ରିଓ୍ବାନ ପେରେରାଙ୍କ ବଲ୍‌ରେ କୁଶଲ ମେଣ୍ଡିସ୍‌ଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଚତୁର୍ଥ ଉଇକେଟରେ ରୁଟ୍‌ ଓ ଲରେନ୍ସ ୧୭୩ ରନ ସଂଗ୍ରହ କରିଥିଲେ। ସେହିପରି ତୃତୀୟ ଉଇକେଟରେ ରୁଟ୍‌ ଓ ବେୟାରଷ୍ଟୋ ୧୧୪ ରନ ସଂଗ୍ରହ କରି ଘରୋଇ ବୋଲରଙ୍କୁ ନିରାଶ କରିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଏମ୍ବୁଲଡେନିଆ ସର୍ବାଧିକ ୩ ଓ ପେରେରା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ସ୍ପିନରଙ୍କ ଉପରେ ଆଧିପତ୍ୟ ବିସ୍ତାର କରି ରୁଟ୍‌ ଖେଳିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ପ୍ରଥମ ଇନିଂସରେ ୪୬.୧ ଓଭରରେ ୧୩୫ ଅଲଆଉଟ।
ଇଂଲଣ୍ଡ ପ୍ରଥମ ଇନିଂସରେ ୯୪ ଓଭରରେ ୩୨୦/୪
(ରୁଟ୍‌- ୧୬୮*, ଲରେନ୍ସ- ୭୩, ବେୟାରଷ୍ଟୋ- ୪୭, ଏମ୍ମୁଲଡେନିଆ- ୩/୧୩୧, ପେରେରା- ୧/୮୨)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri