ପ୍ରତୀକ୍ଷାର ଅନ୍ତ ଘଟିଲା, ଆସିଲା କରୋନା ଟିକା: ମୋଦି

ନୂଆଦିଲ୍ଲୀ,୧୬।୧: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଏବେ ଦେଶବାସୀଙ୍କୁ କରୋନା ଟିକା ଦିଆଯିବାର ସମୟ ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସାର୍ବଜନୀକ ଟିକାକରଣ ଅଭିଯାନର ଶୁଭାରମ୍ଭ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରି ଏପରି କହିଛନ୍ତି। ଭାରତରେ ସର୍ବବୃହତ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କରୋନା ଲଢ଼େଇର ଶେଷ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ଦେଶରେ ୩ କୋଟି ଟିକାଦାନ କରାଯିବ। ପ୍ରଥମେ କରୋନା ଯୋଦ୍ଧା ଏହାପରେ ଅନ୍ୟ ମାନଙ୍କୁ ଟିକା ଦାନ କରାଯିବ ବୋଲି ମୋଦି କହିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାଦାନ କରାଯିବା ଲାଗି ଯୋଜନା କରାଯାଇଥିବା ସେ କହିଛନ୍ତି। ଟିକା ପ୍ରସ୍ତୁତିରେ ଦେଶର ବୈଜ୍ଞାନିକମାନେ କଠିନ ପରିଶ୍ରମ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରକବି ରାମଧାରୀ ସିଂ ଦିନକର କହିଥିଲେ ମାନବ ଯେତେବେଳେ ଉଦ୍ୟମ କରେ ସେତେବେଳେ ପଥର ମଧ୍ୟ ପାଣି ହୋଇଯାଏ। ଏହା ସହିତ ସେ ଦେଶବାସୀଙ୍କୁ ଅପିଲ୍‌ କରିଛନ୍ତି ଯେ, କରୋନା ଟିକାର ଦୁଇଟି ଡୋଜ୍‌ ଲଗାଇବା ଜରୁରୀ। ଗୋଟିଏ ଡୋଜ୍‌ ନେଇ ଅନ୍ୟଟି ନେବାକୁ ଭୁଲନ୍ତୁ ନାହିଁ। ଏଭଳି ଭୁଲ୍‌ କେବେ ମଧ୍ୟ କରନ୍ତୁ ନାହିଁ। ଦ୍ୱିତୀୟ ଡୋଜ୍‌ ଲଗାଯିବା ୨ ସପ୍ତାହ ପରେ ଶରୀରରେ ପ୍ରତିରୋଧକ ବ୍ୟବସ୍ଥା ସୃଷ୍ଟି ହେବ ବୋଲି ସେ କହିଛନ୍ତି। ତାଳି, ଥାଳି ଏବଂ ଦ୍ୱୀପ ଜଳାଇବା ଅଭିଯାନ ମାଧ୍ୟମରେ ଦେଶବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟିର ଉଦ୍ୟମ ହୋଇଥିଲା। ଶେଷରେ ତାହାର ସୁଫଳ ମିଳିପାରିଛି ବୋଲି ମୋଦି କହିଛନ୍ତି। ଏହି ଅବସରରେ ସେ କୋ-ଓ୍ବିନ୍‌ ଆପ୍‌ର ଲୋକାର୍ପଣ ମଧ୍ୟ କରଛନ୍ତି। କୋ-ଓ୍ବିନ୍‌ ଆପ୍‌ ମାଧ୍ୟମରେ ଟିକାକରଣ ପାଇଁ ପଞ୍ଜିକରଣ କରାଯିବ। ଏହି ଆପ୍‌ ସହାୟତାରେ ଆବେଦନକାରୀଙ୍କୁ ଟିକା ନେବା ତାରିଖ, ସ୍ଥାନ ଏବଂ ଅନ୍ୟାନ୍ୟ ସୂଚନା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ହଟାଗଲା ୟାସିନ ମଲିକ, ମନମୋହନ ସିଂଙ୍କ ଫଟୋ ଥିବା ପୋଷ୍ଟର, କଂଗ୍ରେସକୁ ଭୋଟ ଦେବାକୁ କରାଯାଇଥିଲା ଅପିଲ

ନୂଆଦିଲ୍ଲୀ,୩୦।୪: ଆତଙ୍କବାଦ ପାଣ୍ଠି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜାମ୍ମୁ କାଶ୍ମୀର ଲିବରେସନ ଫ୍ରଣ୍ଟ (ଜେ.କେ.ଏଲ.ଏଫ) ମୁଖ୍ୟ ୟାସିନ ମଲିକଙ୍କ ପୋଷ୍ଟରକୁ ଦିଲ୍ଲୀ ପୋଲିସ ହଟାଇ...

ସିକ୍ରେଟ ଖୋଲିଲେ ମୋଦି

ନୂଆଦିଲ୍ଲୀ,୩୦।୪: ଲୋକ ସଭା ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲାକୋଟ ଏୟାର ଷ୍ଟ୍ରାଇକ ସମ୍ପର୍କରେ ଏକ କାହାଣୀ ପ୍ରକାଶ କରିଛନ୍ତି। ୨୦୧୯ ବାଲାକୋଟ ଏୟାର...

କୋଟିପତି କଳ୍ପନା, ସ୍ବାମୀଙ୍କ ଅପେକ୍ଷା ରହିଛି ୪ ଗୁଣା ଅଧିକ ସମ୍ପତ୍ତି

ରାଞ୍ଚି,୩୦।୪: ଝାଡ଼ଖଣ୍ଡର ଗାଂଡେୟ ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ନେତା ହେମନ୍ତ ସୋରେନଙ୍କ...

ପ୍ରିୟଙ୍କା ରାୟବରେଲିରୁ, ରାହୁଲ ଆମେଠିରୁ ଲଢିବେ ନାହିଁ ନିର୍ବାଚନ, ରହିଛି ଏହି କାରଣ

ନୂଆଦିଲ୍ଲୀ,୩୦।୪: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଆମେଠୀ ଏବଂ ରାୟବରେଲି ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ...

କେଜ୍‌ରିଓ୍ବାଲ, ଆତିଶୀଙ୍କ ନାଁରେ ମାନହାନି ମାମଲା

ନୂଆଦିଲ୍ଲୀ,୩୦।୪: ଭାଜପା ଓ ଏହାର ସଦସ୍ୟମାନଙ୍କୁ ଅପମାନିତ କରିଥିବା ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଓ ମନ୍ତ୍ରୀ ଆତିଶୀଙ୍କ ବିରୋଧରେ ସୋମବାର ଦିଲ୍ଲୀର ଏକ ଅଦାଲତରେ...

ତଳକୋର୍ଟରେ ଜାମିନ ଆବେଦନ କରିନ କାହିଁକି

ନୂଆଦିଲ୍ଲୀ,୩୦ା୪(ପି.ଟି.): ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତଳ କୋର୍ଟରେ ଜାମିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri