ଆଜିଠୁ କରୋନା ସହ ନିର୍ଣ୍ଣାୟକ ଲଢ଼େଇ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଏବେ କରୋନା ବିରୋଧରେ ନିର୍ଣ୍ଣାୟକ ଲଢ଼େଇ। ବଡ଼ଧରଣର ପ୍ରସ୍ତୁତି ପରେ ଶନିବାରଠାରୁ ଓଡ଼ିଶା ସମେତ ସାରା ଦେଶରେ ଆରମ୍ଭ ହେଉଛି ଟିକାକରଣ। ରାଜ୍ୟରେ ପୂର୍ବରୁ ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଘରୋଇ ଡାକ୍ତରଖାନାକୁ ମିଶାଇ ମୋଟ ୧୬୦ ସ୍ଥାନରେ ଟିକାକରଣ ପାଇଁ ବ୍ୟବସ୍ଥା ହୋଇଥିଲା। ଏବେ ଭୁବନେଶ୍ୱର ଏମ୍ସକୁ ଏଥିରେ ସାମିଲ୍‌ କରାଯାଇଛି। ଫଳରେ ରାଜ୍ୟରେ ଟିକାକରଣ କେନ୍ଦ୍ର ସଂଖ୍ୟା ୧୬୧ ହୋଇଛି। ଏଥିମଧ୍ୟରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ସୁନ୍ଦରଗଡ଼ ଜିଲା ସଦର ମହକୁମା ହସ୍ପିଟାଲ ମଧ୍ୟରେ ତଥ୍ୟ ସରବରାହ ପାଇଁ ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିବା ପରେ ରାଜ୍ୟରେ ଟିକାକରଣର ଶୁଭାରମ୍ଭ ହେବ। ଟିକାକରଣ ସମୟରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫିଡ୍‌ବ୍ୟାକ୍‌ ନେବେ। ଅପରାହ୍ନ ୧୨ଟାରେ ଜୁମ୍‌ ଲିଙ୍କ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ଯୋଡ଼ିହେବେ। ସମସ୍ତ ଜିଲାରୁ ଟିକା ନେବାକୁ ରହିଥିବା ସ୍ବାସ୍ଥ୍ୟକର୍ମୀଙ୍କ ଆଲୋଚନା କରିବେ।
ଓଡ଼ିଶାରେ ଟିକାକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ୧୬୧ କେନ୍ଦ୍ରରେ ଅବଜରଭେଶନ, ୱେଟିଂ ରୁମ୍‌ ଓ ଭ୍ୟାକସିନ ରୁମ୍‌ ପ୍ରସ୍ତୁତ ରଖାଯାଇଛି। ଟିକାକରଣ ପାଇଁ ୫ଜଣିଆ ଟିମ୍‌କୁ ତାଲିମ ଦିଆଯାଇଛି। ଟିକାକରଣକୁ ନେଇ ଦ୍ୱନ୍ଦ୍ୱ ରହିଥିଲେ ସ୍ବାସ୍ଥ୍ୟ ବିଭାଗର ୧୦୪ ଓ ୧୦୭୫ ନମ୍ବରକୁ ଫୋନ୍‌ କରି ବୁଝିପାରିବେ। ସେପଟେ କେଉଁମାନଙ୍କୁ କରୋନା ଟିକା ଦିଆଯିବ, କେଉଁମାନଙ୍କୁ ଦିଆଯିବ ନାହିଁ ସେ ନେଇ କେନ୍ଦ୍ର ସରକାର ନୂଆ ଗାଇଡ୍‌ଲାଇନ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା ଚିକିତ୍ସାଧିକାରୀ, ମେଡିକାଲ କଲେଜର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଚିଠି ଲେଖି ଜଣାଇଛନ୍ତି। ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମହିଳାଙ୍କୁ ଟିକା ଦିଆଯିବ ନାହିଁ। ସେହିଭଳି ଅସୁସ୍ଥ ବ୍ୟକ୍ତି ଓ ଚିକିତ୍ସାଧୀନ ଲୋକଙ୍କୁ ମଧ୍ୟ ଟିକା ମିଳିବ ନାହିଁ। ଯଦି ଜଣେ ବ୍ୟକ୍ତି ୧୪ ଦିନ ଭିତରେ କୌଣସି ଟିକା ନେଇଥିବେ, ତା’ହେଲେ ତାଙ୍କୁ କୋଭିଡ୍‌ ଟିକା ମନା। ସେହିଭଳି କୋଭିଡ୍‌ ଲକ୍ଷଣ ଥିଲେ ସୁସ୍ଥ ହେବାର ୫ରୁ ୮ ସପ୍ତାହ ମଧ୍ୟରେ ଟିକା ନେଇପାରିବେ।
ଟିକାକରଣକୁ ନେଇ ଡିଏମ୍‌ଇଟି ସିବିକେ ମହାନ୍ତି କହିଛନ୍ତି, ଟିକାକରଣ ପ୍ରକ୍ରିୟା ନୂଆ କଥା ନୁହେଁ। ଆମେ ୧୯୮୫ରୁ ଟିକାକରଣ କରିଆସୁଛୁ। କରୋନା ଟିକାକରଣ ହେଉଛି ସେହି ପ୍ରକ୍ରିୟାର ଅନ୍ୟ ଏକ ଫର୍ମାଟ। ଟିକା କଲେକ୍ସନ ହେବ। ଟ୍ରାନ୍ସପୋର୍ଟଟେଶନ ପରେ ଟିକା ଦିଆଯିବ। ଏହି ମାଧ୍ୟମରେ ପୂର୍ବରୁ ମଧ୍ୟ ଟିକାକରଣ ହୋଇଛି। ଏହା କେବଳ ନୂଆ ଏଥି ପାଇଁ କୁହାଯାଇପାରିବ ଯେ, ପଞ୍ଜିକରଣ କୋ-ୱିନ୍‌ ମାଧ୍ୟମରେ ହୋଇଛି।
ଏହି ପ୍ରଥମ ପର୍ଯ୍ୟାୟ ଟିକାକରଣ ପାଇଁ ‘କୋଭିଶିଲ୍ଡ’ ଓ ‘କୋଭାକ୍ସିନ’ ଦୁଇଟି ଟିକା ପ୍ରସ୍ତୁତ ରହିଛି। ରାଜ୍ୟକୁ କୋଭିଶିଲ୍ଡର ୪ ଲକ୍ଷ ୮ ହଜାର ଡୋଜ୍‌ ଏବଂ କୋଭାକ୍ସିନର ୨୦ ହଜାର ଡୋଜ୍‌ ଆସିଛି। ଭୁବନେଶ୍ୱରରେ କୋଭାକ୍ସିନ ଓ ଅନ୍ୟ ସବୁଠି ‘କୋଭିଶିଲ୍ଡ’ ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ଆସିଥିବା ଟିକାକୁ ୧,୯୨,୫୫୫ଜଣ ନେଇପାରିବେ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri