Posted inଜାତୀୟ

୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଚାଲିବ ଚାଷୀ ଆନ୍ଦୋଳନ – କୃଷକ ନେତା

ନାଗପୁର,୧୭।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନ ୨୦୨୪ ମେ’ ପର୍ଯ୍ୟନ୍ତ ଜାରି ରହିବ। ଏଥି ନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ଆନ୍ଦୋଳନରତ କୃଷକମାନେ। ଏଭଳି ମନ୍ତବ୍ୟ ଦେଇ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି ଭାରତୀୟ କିଷାନ ୟୁନିୟନ (କିକେୟୁ) ନେତା ରାକେଶ ଟିକାଇଟ୍‌।

ନାଗପୁରଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୃଷକ ଆନ୍ଦୋଳନ କେତେ ଦିନ ଚାଲିବ ବୋଲି ପ୍ରଶ୍ନ କରାଯାଇଥିଲା। ଏହାର ଉତ୍ତରରେ ଟିକାଇଟ୍‌ କହିଛନ୍ତି, ଯଦି ନୂଆ ଆଇନ ପ୍ରତ୍ୟାହାର ନ କରାଯାଏ, ତେବେ ୨୦୨୪ ମେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ଚାଷୀମାନେ ଏଥି ପାଇଁ ପ୍ରସ୍ତୁତ ଅଛନ୍ତି। ସରକାର ଜିଦ୍‌ ଧରି ବସିଲେ, ଆନ୍ଦୋଳନ ଚାଲିବ। ଆମେ ଏମ୍‌ଏସ୍‌ପି ଉପରେ ଆଇନଗତ ଗ୍ୟାରେଣ୍ଟି ଚାହୁଁ। ଆଇନ ପ୍ରତ୍ୟାହାର ପୂର୍ବରୁ ଆମେ ଆନ୍ଦୋଳନ ସ୍ଥଳରୁ ଫେରି ଆସୁ ଚାଷୀମାନେ ଚାହୁଁ ନାହାନ୍ତି। ଉଲ୍ଲେଖଥାଉ କି, ୨୦୨୪ ଏପ୍ରିଲ-ମେ’ ମଧ୍ୟରେ ସାଧାରଣ ଲୋକସଭା ନିର୍ବାଚନ ହେବାର ଅଛି।

କୃଷକମାନେ ଗତ ବର୍ଷ ନଭେମ୍ବର ୨୦ ତାରିଖରୁ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନ କରୁଛନ୍ତି। ସରକାରଙ୍କ ଅନୁଯାୟୀ, ନୂଆ ଆଇନ କାର୍ଯ୍ୟକାରୀ ହେଲେ ଦଲାଲ ନୀତି ବିଲୋପ ଘଟିବ। ଆଉ ଚାଷୀମାନେ ଦେଶର ଯେକୌଣସି ସ୍ଥାନରେ ତାଙ୍କ ଶସ୍ୟ ବିକ୍ରି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri