ସ୍ତ୍ରୀଙ୍କ ଆଗରେ ଚାଲିଗଲା ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ୍‌,୧୭।୧: ବରଗଡ଼-ସୋହେଲା ରାସ୍ତା ପଥର୍ଲା ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ଏକ ଟ୍ରାକ୍ଟର ଧକ୍କା ଦେବାରୁ ସ୍ତ୍ରୀଙ୍କ ଆଗରେ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛତିଶଗଡ଼ ରାଜ୍ୟର ମୂଳ ବାସିନ୍ଦା ରାସ ମିର୍ଦ୍ଧା। ସେ ପରିବାର ସହ ବରଗଡ଼ ଜିଲା ବିଜେପୁର ଅଞ୍ଚଳକୁ ଆସି ଇଟା ଗଢ଼ିବା କାମ କରୁଥିଲେ। କୌଣସି କାମରେ ରାସ ତାଙ୍କ ସ୍ତ୍ରୀଙ୍କ ସହିତ ଏକ ବାଇକ୍‌ରେ ବରଗଡ଼ ସହରରୁ ବିଜେପୁର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ବରଗଡ଼ ସଦର ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ସ୍ଥାନୀୟ ଲୋକେ ମୃତକଙ୍କ ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri