Posted inଜାତୀୟ

ଅର୍ଣ୍ଣବଙ୍କ ହ୍ବାଟ୍ସଆପ୍‌ ଚାଟ୍‌ ଲିକ୍‌କୁ ନେଇ ଝଡ଼

ନୂଆଦିଲ୍ଲୀ, ୧୮।୧: ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଟେଲିଭିଜନ ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ ମଧ୍ୟରେ ହୋଇଥିବା ହ୍ବାଟ୍ସଆପ୍‌ ଚାଟିଂର ସ୍କ୍ରିନ୍‌ଶଟ୍‌ ସୋସିଆଲ ମିଡିଆରେ ଲିକ୍‌ ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଅର୍ଣ୍ଣବଙ୍କ ଚାଟ୍‌ ଲିକ୍‌ ଭିତିରି ଷଡ଼ଯନ୍ତ୍ର ଓ ଦେଶର ନିରାପତ୍ତା ସମ୍ପର୍କିତ ତଥ୍ୟ ପ୍ରଘଟ କରିଥିବା ସେମାନେ ଅଭିଯୋଗ କରିଛନ୍ତି। ତେବେ ଭାଜପାର ଚ୍ୟାନେଲଗୁଡ଼ିକ ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି।
ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଦୁଇ ତିନି ଦିନ ପୂର୍ବରୁ ଅର୍ଣ୍ଣବ ଓ ଦାସଗୁପ୍ତାଙ୍କ ମଧ୍ୟରେ ଏ ସମ୍ପର୍କରେ ପୂର୍ବରୁ ସେମାନେ ଚାଟିଂ କରିଥିଲେ ବୋଲି ଜଣାପଡ଼ିଛି। ସେହିପରି ଅନୁଚ୍ଛେଦ ୩୭୦ ଉଚ୍ଛେଦ ସମ୍ପର୍କରେ ଚାଟିଂ ହୋଇଥିଲା। ଏଥିରେ ପିଏମ୍‌ଓ (ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ) ସମ୍ପର୍କରେ ଏକାଧିକ ଥର ଉଲ୍ଲେଖ କରାଯାଇଥିବାରୁ ବିରୋଧୀ ଦଳ ଏହାର ତଦନ୍ତ ଦାବି କରିଛି। ଟିଆର୍‌ପି ଦୁର୍ନୀତି ମାମଲାରେ ମୁମ୍ବାଇ ପୋଲିସ ଦାଖଲ କରିଥିବା ୩,୬୦୦ ପୃଷ୍ଠାର ଅତିରିକ୍ତ ଚାର୍ଜଶିଟ୍‌ରେ ହ୍ବାଟ୍ସଆପ୍‌ ଚାଟିଂ ସମ୍ପର୍କରେ ଉଲ୍ଲେଖ ରହିଛି। ଘଟଣାର ଯୁଗ୍ମ ସଂସଦୀୟ କମିଟି ଦ୍ୱାରା ତଦନ୍ତ କରିବା ଲାଗି ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଏବଂ କଂଗ୍ରେସ ଏମ୍‌ପି ମନୀଷ ତିଓ୍ବାରୀ ଆହ୍ବାନ ଦେଇଛନ୍ତି। ନିର୍ଦ୍ଦିଷ୍ଟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଯଦି ସତ୍ୟ ହୋଇଥାଏ, ତେବେ ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଏବଂ ୨୦୧୯ ସାଧାରଣ ନିର୍ବାଚନ ମଧ୍ୟରେ ପ୍ରତ୍ୟକ୍ଷ ସମ୍ପର୍କ ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ନିର୍ବାଚନ ଉଦ୍ଦେଶ୍ୟରେ ଜାତୀୟ ନିରାପତ୍ତାକୁ ବିପନ୍ନ କରାଯାଇଥିଲା କି ବୋଲି ତିଓ୍ବାରୀ ଟୁଇଟ୍‌ କରିବା ସହ ଏହାର ଜେପିସି ତଦନ୍ତ ଆବଶ୍ୟକ ବୋଲି କହିଛନ୍ତି। ଏହି ପ୍ରସଙ୍ଗରେ ଚିଦାମ୍ବରମ୍‌ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଟାର୍ଗେଟ କରିଛନ୍ତି। ଯଦି ବାଲାକୋଟ ଆକ୍ରମଣ ଘଟଣାକୁ ରାଜନାଥଙ୍କ ବନ୍ଧୁ ତଥା ସାମ୍ବାଦିକ ୩ ଦିନ ପୂର୍ବରୁ ଜାଣିଥିବା ଠିକ୍‌, ତେବେ ସେମାନଙ୍କ ସୂତ୍ର ଏହି ତଥ୍ୟକୁ ପାକିସ୍ତାନ ପାଇଁ କାର୍ଯ୍ୟ କରୁଥିବା ସୂଚନାଦାତାଙ୍କୁ ଯେ ଜଣାଇ ନ ଥିବ ଏହାର କ’ଣ ଗ୍ୟାରେଣ୍ଟି ଅଛି ବୋଲି ଚିଦାମ୍ବରମ୍‌ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri