Posted inରାଜ୍ୟ

ଗତବର୍ଷ ତୁଳନାରେ ୨୨ ପ୍ରତିଶତ ବଢ଼ିଲା ଧାନ ସଂଗ୍ରହ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଦ୍ବାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଚାଲିଥିବା ବେଳେ ରବିବାର ସୁଦ୍ଧା ମୋଟ ୩୫ ଲକ୍ଷ ୬ ହଜାର ୧୮୩ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏହା ଗତବର୍ଷ ବର୍ତ୍ତମାନ ସୁଦ୍ଧା ସଂଗ୍ରହ ହୋଇଥିବା ଖରିଫ ଧାନ ତୁଳନାରେ ୨୨ ପ୍ରତିଶତ ଅଧିକ। ଗତବର୍ଷ ଏହି ତାରିଖରେ ମୋଟ ୨୮ ଲକ୍ଷ ୮୧ ହଜାର ୪୭୫ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଥିଲା। ନାମ ପଞ୍ଜୀକରଣ କରିଥିବା ଚାଷୀମାନେ ଯେପରି ସହଜରେ ଓ ସୁବିଧାରେ ପ୍ୟାକ୍ସ/ଲ୍ୟାମ୍ପସ୍‌/ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକରେ ସେମାନଙ୍କ ଧାନ ବିକ୍ରି କରିପାରିବେ, ସେଥିଲାଗି ବିଭାଗୀୟ ଅଧିକାରୀମାନେ ସମସ୍ତ ପଦକ୍ଷେପ ନେବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗ ଦ୍ବାରା ନାମ ପଞ୍ଜୀକରଣ କରିଥିବା ଚାଷୀଙ୍କ ଠାରୁ ପି- ପାସ୍‌ ଓ ଆଗୁଆ ଟୋକେନ୍‌ ପ୍ରଦାନ ମାଧ୍ୟମରେ ଖରିଫ ଧାନ ସଂଗ୍ରହ କରାଯାଉଛି। ଏହା ସହିତ କୋଭିଡ୍‌-୧୯ ସ୍ଥିତିରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମାର୍ଗଦର୍ଶିକା ଓ ସାମାଜିକ ଦୂରତ୍ବକୁ ଅନୁପାଳନ କରି ଧାନ ସଂଗ୍ରହ କରାଯାଉଛି। ଚଳିତ ଖରିଫରେ ଏ ପର୍ଯ୍ୟନ୍ତ ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲଗୁଡ଼ିକ ମଧ୍ୟରେ ବରଗଡ଼ରେ ୬,୬୫,୦୪୮ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଛି। ଯାହା ଗତବର୍ଷ ଏହି ତାରିଖରେ ସଂଗୃହୀତ ଧାନ ତୁଳନାରେ ୧୩ ପ୍ରତିଶତ ଅଧିକ। ବଲାଙ୍ଗୀର ଜିଲାରେ ୨,୮୪,୪୯୩ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏହା ଗତବର୍ଷ ତୁଳନାରେ ୪୦ ପ୍ରତିଶତ ଅଧିକ। ସେହିପରି କଳାହାଣ୍ଡିରେ ୪,୧୨,୬୪୯ ମେଟ୍ରିକ ଟନ, କୋରାପୁଟରେ ୨,୧୧୨୧୭, ଗଞ୍ଜାମରେ ୧,୧୪,୩୨୫, ନବରଙ୍ଗପୁରରେ ୧,୩୫,୬୩୮, ନୂଆପଡ଼ାରେ ୧,୨୦,୯୦୭, ସମ୍ବଲପୁରରେ ୩,୩୭,୨୩୩ ଏବଂ ମାଲକାନଗିରିରେ ୧,୦୩,୦୮୨ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଗତବର୍ଷ ଏହି ସମୟ ତୁଳନାରେ କଳାହାଣ୍ଡିରେ ୧୬ ପ୍ରତିଶତ, କୋରାପୁଟରେ ୧୭, ନବରଙ୍ଗପୁରରେ ୪୭, ନୂଆପଡ଼ାରେ ୩୩, ସମ୍ବଲପୁରରେ ୩୪, ସୁବର୍ଣ୍ଣପୁରରେ ୧୯, ସୁନ୍ଦରଗଡ଼ରେ ୨୭ ଓ ମାଲକାନଗିରିରେ ୧୭ ପ୍ରତିଶତ ଅଧିକ ଖରିଫ ଧାନ ସଂଗ୍ରହ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri