ନୂଆ ରୂପ ପାଇବ ପୁରୀ ରାଜଭବନ

ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପୁରୀ ଗସ୍ତରେ ଆସି ରାଜଭବନ ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି। ଏହି ପୁନଃନିର୍ମାଣ କାର୍ଯ୍ୟ ପାଇଁ ୨.୯ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଛି। ଆସନ୍ତା ୪ ମାସ ମଧ୍ୟରେ ଏହା ପ୍ରସ୍ତୁତ ହେବ ବୋଲି ସୂଚନା ମିଳିଛି। ଏହି ଅବସରରେ ସ୍ଥାନୀୟ ସର୍କିଟ ହାଉସଠାରେ ପ୍ରଶାସନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଥିଲା। ଶିଳାନ୍ୟାସ ପରେ ରାଜ୍ୟପାଳ କହିଛନ୍ତି, ପୁରୀରେ ଫନୀ ଲ୍ୟାଣ୍ଡଫଲ୍‌ କରିବା ପରେ ରାଜଭବନ କ୍ଷତିଗ୍ରସ୍ତ ହୋଇଥିଲା। ମୁଁ ପରିଦର୍ଶନ କରି ଏହାର ସ୍ଥିତି ପରଖିଥିଲି। ଏବେ ଏହାର ପୁନଃନିର୍ମାଣ ଲାଗି ଶିଳାନ୍ୟାସ ହୋଇଛି। ଆସନ୍ତା ରଥଯାତ୍ରା ପୂର୍ବରୁ ରାଜଭବନ ପୁଣି ନିଜର ପୁରୁଣା କଳେବରକୁ ଫେରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ସେହିପରି ପୁରୀରେ ବିମାନ ବନ୍ଦର ନିର୍ମାଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରସ୍ତାବକୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ପୁରୀରେ ବିମାନ ବନ୍ଦର ପ୍ରତିଷ୍ଠା ହେଲେ ପର୍ଯ୍ୟଟନ କ୍ଷେତ୍ରରେ ପୁରୀ ସାରା ଦେଶରେ ଏକ ଅଗ୍ରଣୀ ସହରରେ ପରିଣତ ହେବ। ପର୍ଯ୍ୟଟନ ଶିଳ୍ପ ଓ ଅର୍ଥନୈତିକ ପ୍ରଗତି ପାଇଁ ପୁରୀରେ ବିମାନ ବନ୍ଦର ନିର୍ମାଣର ପ୍ରସ୍ତାବ ଅତ୍ୟନ୍ତ ଉତ୍ତମ। ସେହିଭଳି ପୁରୀରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟକୁ ସେ ପ୍ରଶଂସା କରି କହିଛନ୍ତି, ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସ୍ବାଗତଯୋଗ୍ୟ। ଶ୍ରୀକ୍ଷେତ୍ରକୁ ବିଶ୍ୱ ପର୍ଯ୍ୟଟନର ଏକ ପ୍ରମୁଖ ଅଂଶ କରିବା ପାଇଁ ରାଜ୍ୟ ସରକାରଙ୍କ ଯେଉଁ ନିରନ୍ତର ଉଦ୍ୟମ ଦରକାର ହେଉଥିଲା ସରକାର ସେ ସବୁ କରୁଛନ୍ତି ବୋଲି ରାଜ୍ୟପାଳ ପ୍ରକାଶ କରିଥିଲେ। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ସଚିବ ପ୍ରମୋଦ ମେହେର୍ଦ୍ଦା, ଜିଲାପାଳ ସମର୍ଥ ବର୍ମା, ଏସ୍‌ପି କନୱର ବିଶାଲ ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri