ପ୍ରତୀକ୍ଷାର ଅନ୍ତ: ଟିକାକରଣ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୧୮।୧: ସମସ୍ତ ପ୍ରତୀକ୍ଷାର ଅନ୍ତ ପରେ ସୋମବାରଠାରୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେଇଛି। ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟ ସମେତ ଜିଲାର ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାକରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ ପରେ ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ କୋଭିଡ ୱାର୍କର ମାନଙ୍କୁ ଟିକା ପ୍ରଦାନ କରାଯାଇଛି । ବାଲେଶ୍ବର ଜିଲାକୁ ୮୪୦୦ ଡୋଜ ଟିକା ଆସିଥିବା ବେଳେ ୭୬୦୦ ଟିକା ବୈଧ ରହିଛି । ଗୋଟିଏ ଟିକା କେନ୍ଦ୍ରରେ ୧୦୦ ଜଣକୁ ଟିକା ଦେବାପାଇଁ ସ୍ଥିର ହୋଇଥିବା ବେଳେ ସେହିଭଳି ଜିଲ୍ଲାର ୫ଟି କେନ୍ଦ୍ରରେ ୫୦୦ ଟିକା ଦେବା ପାଇଁ ସ୍ଥିର ହୋଇଛି। ପ୍ରତି ଟିକାକରଣ କେନ୍ଦ୍ରରେ ୫ ଜଣ ଷ୍ଟାଫଙ୍କୁ ନିୟୋଜିତ କରାଯାଇଛି। ପ୍ରତ୍ୟେକ ଘଣ୍ଟାରେ ୧୨ ରୁ ୨୦ ଜଣଙ୍କୁ ଟିକା ପ୍ରଦାନ ପାଇଁ ବ୍ୟବସ୍ଥା ହୋଇଥିବା ବେଳେ ଟିକାକରଣ ପାଇଁ ଆସିଥିବା ସ୍ବାସ୍ଥ୍ୟକର୍ମୀଙ୍କ ପ୍ରଥମେ ପଞ୍ଜିକରଣ ଯାଞ୍ଚ କରାଯିବ ପରେ ଟିକାକରଣ ପରେ ୩୦ ମିନଟ ପର୍ଯ୍ୟନ୍ତ ପାର୍ଶ ପ୍ରତିକ୍ରିୟା ପାଇଁ ଡାକ୍ତରଙ୍କ ନଜରରେ ରହିବେ। ଯଦି କୌଣସି ପାର୍ଶ ପ୍ରତିକ୍ରିୟା ଘଟେ ସେଥିପାଇଁ ମେଡ଼ିକାଲ ଟିମ ପ୍ରସ୍ତୁତ ରହିଥିବା ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସଧିକାରୀ ପ୍ରକାଶ କରିଛନ୍ତି। ପ୍ରଥମ ଦିନରେ ସଫେଇ କର୍ମଚାରୀ , ଅଙ୍ଗନୱାଡ଼ି କର୍ମଚାରୀ, ଆଶା, ଡାକ୍ତର ଓ ଷ୍ଟାଫ ନର୍ସ ମାନଙ୍କୁ ଟିକାକରଣ ପାଇଁ ସ୍ଥିର କରାଯାଇଛି। ଟିକାକରଣ ବେଳେ ବାଲେଶର ଜିଲା ମୁଖ୍ୟ ଚିକିତ୍ସାଳୟକୁ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ବାଲେଶ୍ୱର ସଦର ବିଧାୟକ ଓ ବାଲେଶର ଜିଲାପାଳ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri