ଆଜିଠୁ ଖୋଲିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର,୧୯।୧(ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ୧୦ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟ ଓ କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ। ସଂଗ୍ରହାଳୟ ପରିସରରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ। ସମସ୍ତଙ୍କ ପାଇଁ ମାସ୍କ ଓ ସାନିଟାଇଜର୍‌ ବାଧ୍ୟତାମୂଳକ କରାଯାଇଥିବାବେଳେ ସଂଗ୍ରହାଳୟକୁ ପ୍ରବେଶ ପୂର୍ବରୁ ଥର୍ମାଲ୍‌ ସ୍କ୍ରିନିଂ କରାଯିବ। ଆଗାମୀ କିଛିଦିନ ପର୍ଯ୍ୟନ୍ତ ଦିନକୁ ୨୦୦ ଲୋକଙ୍କ ପାଇଁ ଟିକେଟ୍‌ର ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ଅଫ୍‌ଲାଇନ୍‌ ମାଧ୍ୟମରେ ଟିକେଟ୍‌ କରାଯାଇ ଲୋକଙ୍କୁ ପ୍ରବେଶ ଅନୁମତି ମିଳିବ। ଆଗାମୀ ସ୍ଥିତିକୁ ଦୃଷ୍ଟିରେ ରଖି ପର୍ଯ୍ୟଟକ ଓ ଦର୍ଶକଙ୍କ ସଂଖ୍ୟାକୁ ବୃଦ୍ଧି କରାଯିବ ବୋଲି ରାଜ୍ୟ ସଂଗ୍ରହାଳୟ ଅଧିକ୍ଷକ ଭାଗ୍ୟଲିପି ମଲ୍ଲ ସୂଚନା ଦେଇଛନ୍ତି।
ତେବେ ଖୋଲିବା ପୂର୍ବରୁ ସଂଗ୍ରହାଳୟ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯାଇଛି। ଦୀର୍ଘଦିନ ଧରି ବନ୍ଦ ହୋଇ ରହିଥିବା ସଂଗ୍ରହାଳୟରେ ପର୍ଯ୍ୟଟକ ଏବେ ନୂତନ ଅନୁଭୂତି ପାଇପାରିବେ। ଗ୍ୟାଲେରୀର ଆଲୋକୀକରଣ ସହିତ ମନଛୁଆଁ ସଙ୍ଗୀତର ମଜା ନେବେ। ଖୁବ୍‌ଶୀଘ୍ର ରାଜ୍ୟ ସଂଗ୍ରହାଳୟ ପରିସରକୁ ବ୍ୟାପକ କରାଯାଇ ଆହୁରି ୫ଟି ନୂଆ ଗ୍ୟାଲେରୀ ଖୋଲାଯିବ। ଏହାମଧ୍ୟରେ କ୍ରିଏଟିଭ୍‌ ଆର୍ଟ ଗ୍ୟାଲେରୀ, ଇନ୍‌ଟାଞ୍ଜିବଲ୍‌ ଐତିହ୍ୟ, ସ୍ବାଧୀନତା ସଂଗ୍ରାମୀ ଗ୍ୟାଲେରୀ, ମହାତ୍ମାଗାନ୍ଧୀ ଗ୍ୟାଲେରୀ ଓ ପଟ୍ଟଚିତ୍ର ଗ୍ୟାଲେରୀ ରହିଛି। ଏସବୁର କାମ ଖୁବ୍‌ଶୀଘ୍ର ଶେଷ ହେବ। ଅନ୍ୟ ଆଞ୍ଚଳିକ ସଂଗ୍ରହାଳୟଗୁଡ଼ିକୁ ଧିରେ ଧିରେ ଖୋଲାଯିବ। ଏହାସହିତ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ ଏବଂ ଅଫ୍‌ଲାଇନ୍‌ ମାଧ୍ୟମରେ ଟିକେଟ୍‌ର ବ୍ୟବସ୍ଥା କରାଯିବ ବୋଲି ଅଧୀକ୍ଷକ ମଲ୍ଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri