୨୧ରୁ ତୋଷାଳି ମେଳା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତବର୍ଷ ପଞ୍ଚଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆସନ୍ତା ୨୧ ତାରିଖରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର, ବୁଣାକାର ଓ ହସ୍ତଶିଳ୍ପୀମାନେ ଅଂଶଗ୍ରହଣ କରି ସେମାନଙ୍କ ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ।
ଏ ସମ୍ପର୍କରେ ସୂଚନା ଦେଇ ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି, ବୁଣାକାର ଓ ହସ୍ତଶିଳ୍ପ କାରିଗରଙ୍କ ସାମଗ୍ରୀର ବିକ୍ରି ନିମନ୍ତେ ଆବଶ୍ୟକ ବଜାର ସୃଷ୍ଟି କରି ସେମାନଙ୍କୁ ସ୍ବାବଲମ୍ବୀ କରିବା ସହ ଦକ୍ଷତା ଓ ଜ୍ଞାନ ବୃଦ୍ଧି ପାଇଁ ଭାବଗତ ଆଦାନପ୍ରଦାନର ସୁଯୋଗ ସୃଷ୍ଟି କରିବା ଏହି ମେଳାର ଆଭିମୁଖ୍ୟ। କୋଭିଡ୍‌ ଯୋଗୁ ଶିଳ୍ପୀ ଓ ବୁଣାକାରଙ୍କ ବ୍ୟବସାୟ ଠପ୍‌ ହୋଇଯାଇଥିବାବେଳେ ତୋଷାଳି ମେଳା ସେମାନଙ୍କୁ ମାର୍କେଟିଂ ପରିସର ପ୍ରଦାନ କରିବା ସହ ଶକ୍ତି ଯୋଗାଇବ ବୋଲି ମନ୍ତ୍ରୀ କହିଛନ୍ତି।
ତାରିଖ ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମେଳାକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ପ୍ରତିଦିନ ଅପରାହ୍ନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ମେଳା ଚାଲିବ। ଚଳିତ ବର୍ଷ ମେଳାରେ ୨୫୦ ଷ୍ଟଲ୍‌ ପଡ଼ିବ। ୪୦ ବୁଣାକାର, ୪୦ କାରିଗର ବିକାଶ ଆୟୁକ୍ତ(ହସ୍ତତନ୍ତ), ବିକାଶ ଆୟୁକ୍ତ(ହସ୍ତଶିଳ୍ପ), ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଷ୍ଟଲ୍‌ ରହିବ। ଏହାସହିତ ୧୧୦ ଜଣ କାରିଗର ଓ ୬୦ ଜଣ ବୁଣାକାରଙ୍କୁ ଯଥାକ୍ରମେ ରାଜ୍ୟ କୁଟୀର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓଡ଼ିଶା ସରକାର ଏବଂ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶାଳୟ ଓଡ଼ିଶା ସରକାରଙ୍କ ତରଫରୁ ଷ୍ଟଲ୍‌ ଯୋଗାଇ ଦିଆଯିବ। କୋଭିଡ୍‌କୁ ଦୃଷ୍ଟିରେ ରଖି ଜନସମାବେଶକୁ ଏଡ଼ାଇବା ପାଇଁ ଚଳିତବର୍ଷ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବନାହିଁ। ଦିବ୍ୟାଙ୍ଗଙ୍କ ଲାଗି ମେଳା ପରିସରରେ ହୁଇଲ୍‌ ଚେୟାର ସହିତ ଏକ ସ୍ବତନ୍ତ୍ର ହେଲ୍ପ ଡେସ୍କ, ପାର୍କିଂ ସ୍ଥାନର ବ୍ୟବସ୍ଥା ପାଇଁ କୁହାଯାଇଛି। ଅନ୍ୟପକ୍ଷରେ ମେଳାରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ। ଏହା ଉପରେ କଡ଼ା ନଜର ରଖିବା ପାଇଁ ଉଚ୍ଚସ୍ତରୀୟ ଅଧିକାରୀଙ୍କୁ ନେଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri