Posted inଖେଳ

୫୦ ବର୍ଷ ରେକର୍ଡ ଭାଙ୍ଗିଲେ ଶୁବମନ, ରଚିଲେ ଇତିହାସ

ବ୍ରିସବେନ୍‌,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନରେ ଶେଷ ଟେଷ୍ଟର ଶେଷ ଦିନରେ ଶବମନ ଗିଲ ଚମତ୍କାର ଖେଳିଥିଲେ। ୨୧ ବର୍ଷୀୟ ଯୁବ ଓପନର୍‌ ପୁଣି ଥରେ ଏଠାରେ ଏକ ସଫଳ ଇନିଂସ ଖେଳିଥିଲେ। ଗିଲ ମଧ୍ୟ ତାଙ୍କ ଇନିଂସ ସମୟରେ ଅନେକ ରେକର୍ଡ ହାସଲ କରିଥିଲେ। ସେ ଭାରତ ପାଇଁ ଟେଷ୍ଟ କ୍ରିକେଟର ଚତୁର୍ଥ ଇନିଂସରେ ଅର୍ଦ୍ଧଶତକ ହାସଲ କରି ଭାରତର ସର୍ବ କନିଷ୍ଠ ଓପନର୍‌ ହୋଇଛନ୍ତି। ଏହାପୂର୍ବରୁ ଏହି ରେକର୍ଡ ମହାନ ସୁନୀଲ ଗାଭାସ୍କରଙ୍କ ନାମରେ ଥିଲା। ୧୯୭୦-୭୧ ମସିହାରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ପୋର୍ଟ ଅଫ୍‌ ସ୍ପେନ୍‌ରେ ଲିଟିଲ ମାଷ୍ଟର ଅପରାଜିତ ୬୭ ସ୍କୋର କରିଥିଲେ। ଗିଲ ତାଙ୍କର ତୃତୀୟ ଟେଷ୍ଟରେ ୨୧ ବର୍ଷ ୧୩୩ ଦିନ ବୟସରେ ଏହି କୀର୍ତ୍ତିମାନ କରିଥିଲେ। ଅଷ୍ଟ୍ରେଲିଆରେ ଚାଲିଥିବା ଏକ ଟେଷ୍ଟ ମ୍ୟାଚରେ ୯୧ ରନରେ ଆଉଟ୍‌ ହୋଇଥିବା ଗିଲ ସର୍ବକନିଷ୍ଠ ଖେଳାଳି ହୋଇଥିଲେ। ସୂଚନାଯୋଗ୍ୟ, ପ୍ରଥମ ଇନିଂସରେ ମାତ୍ର ୭ ରନରେ ଆଉଟ୍‌ ହୋଇଥିବା ଗିଲ ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲୀୟ ବୋଲରଙ୍କୁ ପ୍ରହାର କରିଥିଲେ। ଶୁବମନ ହୁଏତ ତାଙ୍କର ପ୍ରଥମ ଟେଷ୍ଟ ଶତକରୁ ବଞ୍ଚିତ ହୋଇଥିଲେ, କିନ୍ତୁ ଆଉଟ୍‌ ହେବା ପୂର୍ବରୁ ସେ ୧୪୬ ବଲରେ ୯୧ ରନ ସଂଗ୍ରହ କରିଥିଲେ। ଯୁବ ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ୮ଟି ଚୌକା ଓ ୨ଟି ଛକା ମାରିଥିଲେ। ସେ ଚେତେଶ୍ୱର ପୂଜାରାଙ୍କ ସହ ଦ୍ୱିତୀୟ ଉଇକେଟ ପାଇଁ ୧୧୪ ରନର ଏକ ଗୁରୁତ୍ୱପୂର୍ଣ୍ଣ ଭାଗିଦାରୀ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

‘ଓ୍ବାର୍ନର ୭୦% ଭାରତୀୟ, ୩୦% ଅଷ୍ଟ୍ରେଲିୟ’

ନୂଆଦିଲ୍ଲୀ,୪।୫: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତଥା ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଆଇପିଏଲ୍‌ ଖେଳୁଥିବା ଡେଭିଡ୍‌ ଓ୍ବାର୍ନରଙ୍କୁ ଭାରତ କେତେ ପସନ୍ଦ, ସମସ୍ତେ ତାହା ଜାଣନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri