Posted inଖେଳ

କଙ୍ଗାରୁଙ୍କୁ ଧୂଳି ଚଟାଇ ଇତିହାସ ରଚିଲା ଭାରତ

ବ୍ରିସ୍‌ବେନ୍‌,୧୯।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଶୁବମନ ଗିଲଙ୍କ ୯୧ ରନ୍‌ ପରେ ରିଷଭ ପନ୍ତଙ୍କ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ଯୋଗୁ ଭାରତ ସିରିଜ୍‌ ୨-୧ରେ ଜିତିଛି। ଅନେକ ଖେଳାଳିଙ୍କ ଆଘାତ ସତ୍ତ୍ୱେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ନିଜର ନିଷ୍ଠା ଏବଂ ଉତ୍ସାହ ଦେଖାଇଛି। ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ସେମାନଙ୍କର ଅଗ୍ରଣୀ ଦ୍ରୁତ ବୋଲର, ଅଧିନାୟକ ବିରାଟ କୋହଲି ଏବଂ କିଛି ବିଶେଷଜ୍ଞ ବ୍ୟାଟ୍ସମ୍ୟାନଙ୍କ ବିନା ଖେଳୁଥିଲା। ତଥାପି ଯୁବ କ୍ରିକେଟର୍‌ଙ୍କ ନିଷ୍ଠା ଯୋଗୁ ଭାରତ ସିରିଜ୍‌ ଜିତିବାରେ ସକ୍ଷମ ହୋଇଛି। ମ୍ୟାଚର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୨ୟ ଇନିଂସରେ ୨୯୪ ରନରେ ଅଲଆଉଟ ହୋଇଥିଲା ଏବଂ ଭାରତ ଆଗରେ ୩୨୮ ରନର ଟାର୍ଗେଟ ଛିଡା କରିଥିଲା। ଭାରତ ୭ ଉଇକେଟ୍‌ ହରାଇ ଲକ୍ଷ ସ୍ଥଳରେ ପହଞ୍ଚିଥିଲା। ନିଜ ଘରେ ଟେଷ୍ଟ ସିରିଜରେ ଭାରତ ଦ୍ୱିତୀୟ ଥର ପାଇଁ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଶେଷ ଥର ପାଇଁ ଭାରତ ନିଜ ଘରେ ୨୦୧୮-୧୯ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆକୁ ୨-୧ରେ ପରାସ୍ତ କରିଥିଲା । ଭାରତୀୟ ଦଳ କ୍ରମାଗତ ତୃତୀୟ ଥର ପାଇଁ ବର୍ଡର-ଗାଭାସ୍କର ଟ୍ରଫିରେ ବିଜୟର ହ୍ୟାଟ୍ରିକ ଜିତିିଛି। ଏହାପୂର୍ବରୁ ଭାରତ ଶେଷ ଦୁଇଟି ସିରିଜ ଜିତି ବର୍ଡର-ଗାଭାସ୍କର ଟ୍ରଫିକୁ କବଜା କରିଥିଲା। ୨୦୧୮-୧୯ରେ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ୨-୧ ଜିତିଥିଲା ଏବଂ ଏହାପୂର୍ବରୁ ୨୦୧୬-୧୭ରେ ଭାରତ ଅଷ୍ଟ୍ରେଲିଆକୁ ନିଜ ଘରେ ସମାନ ବ୍ୟବଧାନରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri