ଚିତ୍ରକୋଣ୍ଡା, ୨୦ା୧(ଡି.ଏନ.ଏ.): ଓଡ଼ିଶାର ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଡ୍ୟାମ୍ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍ ଓ ସ୍ପିଲ୍ୱେର ବିଭିନ୍ନ ସୁରକ୍ଷା ସମ୍ପର୍କିତ ତଥ୍ୟ ଯାଞ୍ଚ କରିଛନ୍ତି। ଟିମ୍ରେ ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡା, ଡେପୁଟି ଡାଇରେକ୍ଟର ଅରୁଣ କୁମାର ଦାସ ଓ ସୁବାସ ଚନ୍ଦ୍ର ରଥ ଚିତ୍ରକୋଣ୍ଡାରେ ପହଞ୍ଚତ୍ ଡ୍ୟାମ୍ ଓ ସ୍ପିଲ୍ଓ୍ବେ ସ୍ଥିତି ଯାଞ୍ଚ କରିଥିଲେ। ଏହି ସମୟରେ ପୋଟେରୁ ଜଳସେଚନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଚନ୍ଦ୍ରଶେଖର ମିଶ୍ର, ବାଲିମେଳା ଡ୍ୟାମ୍ ନିର୍ବାହୀ ଯନ୍ତ୍ରୀ କବିପ୍ରସାଦ ନାଥ, ଉପନିର୍ବାହୀ ଯନ୍ତ୍ରୀ ଉମାକାନ୍ତ ସାହୁ (ସିଭିଲ) ଓ ନବକିଶୋର ସିଂ (ମେକାନିକାଲ) ଉପସ୍ଥିତ ଥିଲେ l ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଅଧୀନରେ ସମୁଦାୟ ୨୦୪ଟି ବନ୍ଧ ରହିଛି । ସେଥିରୁ ୧୦ ବୃହତ୍ ଜଳସେଚନ ପ୍ରକଳ୍ପ, ୫୦ ମଧ୍ୟମ ଜଳସେଚନ ପ୍ରକଳ୍ପ ଓ ୧୪୪ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରହିଛି। ସେହି ସବୁ ଜଳସେଚନ ପ୍ରକଳ୍ପ ଅଧୀନରେ ଥିବା ଡ୍ୟାମ୍ ଓ ସ୍ପିଲ୍ଓ୍ବେଗୁଡିକର ସୁରକ୍ଷା ଓ ମରାମତି ସମ୍ପର୍କରେ ଯାଞ୍ଚ ଏହି ଡ୍ୟାମ୍ ସେଫ୍ଟି କମିଟି କରିଥାଏ। କମିଟିର ରିପୋର୍ଟକୁ ଆଧାରକରି ସରକାର ପଦକ୍ଷେପ ନେଇଥାନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ
ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ...
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
Archives


