ପୋଲିସ କମିଶନରଙ୍କୁ ଭେଟିଲେ କୁଳପତି

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ଘଟଣାକୁ ନେଇ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଭେଟିଛନ୍ତି। କ୍ୟାମ୍ପସରେ ଅଶାନ୍ତ ପରିସ୍ଥିତି ସଂକ୍ରାନ୍ତରେ ସେ ଆଲୋଚନା କରିଛନ୍ତି। ଏଥିସହିତ ଶାନ୍ତି ଫେରାଇ ଆଣିବା ପାଇଁ ଆନ୍ଦୋଳନରତ ଛାତ୍ରଙ୍କ ସହ ମଧ୍ୟ କୁଳପତି ଆଲୋଚନା କରିଛନ୍ତି। ଆଲୋଚନାବେଳେ ଛାତ୍ରମାନେ କୁଳପତିଙ୍କୁ ବିଭିନ୍ନ ଦାବି ସମ୍ପର୍କରେ ଅବଗତ କରିବା ସହିତ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କୁ ସୁଷମ ଖାଦ୍ୟ ଦେବା ସହ ବାଣୀବିହାରରେ ଶାନ୍ତି ବଜାୟ ରଖିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଉଥିବା କୁଳପତି ଆଚାର୍ଯ୍ୟ କହିଛନ୍ତି। ସେପଟେ ବିଶ୍ୱବିଦ୍ୟାଳୟକୁ ଅଣଛାତ୍ର ପ୍ରବେଶକୁ ନେଇ ସେ କହିଛନ୍ତି, ଖୁବ୍‌ଶୀଘ୍ର ବିଶ୍ୱବିଦ୍ୟାଳୟକୁ ଅଣଛାତ୍ର ପ୍ରବେଶକୁ ବନ୍ଦ କରାଯିବ। ପ୍ରବେଶ ପଥରେ କଡ଼ାକଡ଼ି ଯାଞ୍ଚ କରାଯିବ। ଯେଉଁମାନଙ୍କ ପାଖରେ ବିଶ୍ୱବିଦ୍ୟାଳୟ ପରିଚୟ ପତ୍ର ନ ଥିବ ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ ନାହିଁ ବୋଲି କୁଳପତି ଆଚାର୍ଯ୍ୟ କହିଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ୯ ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିବା ପରେ ଗତ ୧୧ ତାରିଖରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଖୋଲିଛି। ହେଲେ ଆରମ୍ଭରୁ କ୍ୟାମ୍ପସ୍‌ ଅଶାନ୍ତ ହୋଇପଡିଥିବାରୁ ଚିନ୍ତା ବଢ଼ିଛି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଓ ବିଭିନ୍ନ ଅବ୍ୟବସ୍ଥାକୁ ନେଇ କେତେଜଣ ଛାତ୍ର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଭେଟିବାକୁ ଯାଉଥିଲେ। ଅନ୍ୟଏକ ଛାତ୍ର ଗୋଷ୍ଠୀ ଏହାର ପ୍ରତିବାଦ କରିବାରୁ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିସହିତ ବିଶ୍ୱବିଦ୍ୟାଳୟରେ ଅଣଛାତ୍ର ପ୍ରବେଶକୁ ନେଇ ମଧ୍ୟ ମୁହଁାମୁହିଁ ହୋଇଥିଲେ। ପ୍ରତିବାଦରେ ଗୋପବନ୍ଧୁ ଛାତ୍ରାବାସ ଆଗରେ ଛାତ୍ରମାନେ ଧାରଣା ଦେଇଥିଲେ। କିନ୍ତୁ ଅନ୍ୟଏକ ସୂତ୍ର ଅନୁସାରେ, ଠିକା କାମକୁ ନେଇ ଛାତ୍ର ବିବାଦ ମୁଣ୍ଡ ଟେକିଥିବା କୁହାଯାଉଛି। କେତେଜଣ ଅଣଛାତ୍ର ତଥା ରାଜନୈତିକ ଗୋଷ୍ଠୀ କ୍ୟାମ୍ପସରେ ପତିଆରା ବଢ଼ାଇବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ସେମାନେ ଛାତ୍ର ଗୋଷ୍ଠୀକୁ ହାତରେ ରଖି ଠିକାକାମ ହାତେଇବାକୁ ଚେଷ୍ଟା କରୁଛନ୍ତି। ପୂର୍ବରୁ ଦବ୍‌ଦବା ଦେଖାଉଥିବା ଗୋଷ୍ଠୀକୁ ଦବାଇବାକୁ ଉକ୍ତ ଛାତ୍ର ଗୋଷ୍ଠୀ ଅଣଛାତ୍ରଙ୍କୁ ଧରି ସୋମବାର ରାତିରେ ପ୍ରତିପକ୍ଷ ଗୋଷ୍ଠୀ ଉପରକୁ ଆକ୍ରମଣ କରିଥିଲା। ଏଥିରେ ୪ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିଲେ। ଗୋଷ୍ଠୀ ସଂଘର୍ଷ ପରେ କ୍ୟାମ୍ପସରେ ଛାତ୍ର ଅଶାନ୍ତି ଆହୁରି ବଢ଼ିଯାଇଥିଲା। ଏହାପରଠୁ ବିଶ୍ୱବିଦ୍ୟାଳୟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri