ଠିକାଦାରଙ୍କୁ ସୁରକ୍ଷା ଯୋଗାଇବାକୁ ଜିଲାପାଳ, ଏସ୍‌ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା(ପିଏମ୍‌ଜିଏସ୍‌ଓ୍ବାଇ) କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଗତ ୪ ବର୍ଷ ଧରି ଓଡ଼ିଶା ପ୍ରଥମ ସ୍ଥାନ ବଜାୟ ରଖିପାରିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ସୂଚନା ଦିଆଯାଇଛି। ସବୁ ଜିଲାରେ ପ୍ରତ୍ୟେକ ପ୍ରକଳ୍ପ ବିଶେଷ କରି ମାଓବାଦୀପ୍ରବଣ ଜିଲା ପାଇଁ ମାଇକ୍ରୋ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ଜିଲାପାଳ, ଏସ୍‌ପି ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଠିକାଦାରମାନେ ଦୁର୍ଗମ ଅଞ୍ଚଳରେ କାର୍ଯ୍ୟ କରୁଛନ୍ତି ସେମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। କ୍ଷେତ୍ରସ୍ତରରେ ସମସ୍ତ ସହଯୋଗ ଯୋଗାଇ ଦେବାକୁ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୈଠକରେ ସୂଚନା ଦେଇଛନ୍ତି।
ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ସଡ଼କ ସଂଯୋଗ ସରକାରଙ୍କ ମୁଖ୍ୟ ପ୍ରାଥମିକତା। ପିଏମ୍‌ଜିଏସ୍‌ଓ୍ବାଇ, ଉପାନ୍ତ ସେତୁ ଯୋଜନା ଏବଂ ବିଜୁ ସେତୁ ଯୋଜନା ପାଇଁ ଅର୍ଥର ଅଭାବ ରହିବ ନାହିଁ। ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଲାଗି ପୋଲିସ, ପୂର୍ତ୍ତ ବିଭାଗ ଯନ୍ତ୍ରୀ ଏବଂ ଠିକାଦାରଙ୍କୁ ପରାମର୍ଶ ଦେଇଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗର ସ୍ବତନ୍ତ୍ର ସଚିବ ଉପେନ୍ଦ୍ର କୁମାର ମୁଣ୍ଡ ବାର୍ଷିକ ଆକ୍ସନ ପ୍ଲାନ୍‌ ବିଷୟରେ ସୂଚନା ଦେଇଛନ୍ତି। ୨୦୨୧-୨୨ରେ ୨୦୯୫ କିଲୋମିଟର ରାସ୍ତା ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏବେ ସୁଦ୍ଧା ୧୫୦୦ କି.ମି. ରାସ୍ତା ନିର୍ମାଣ ଶେଷ ହୋଇ ସାରିଲାଣି। ବଳକା ରାସ୍ତା ମଧ୍ୟରୁ ମାଓବାଦୀ ପ୍ରବଣ ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଜିଲାରେ ୨୫୦ କି.ମି. ରାସ୍ତା ରହିଛି। ପୋଲିସ ସହାୟତାରେ ସେଠାରେ ଠିକାଦାରମାନେ ରାସ୍ତା ନିର୍ମାଣ କରୁଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା ବୈଠକରେ ସୂଚନା ଦେଇ କହିଛନ୍ତି ଯେ, ପିଏମ୍‌ଜିଏସ୍‌ଓ୍ବାଇ ରେ ୬୪,୮୨୧ କି.ମି. ରାସ୍ତା ଓ ୫୮୩ ପୋଲ ନିର୍ମାଣ ପାଇଁ ବ୍ୟୟବରାଦ କରାଯାଇଥିଲା। ସେଥିରୁ ୨୬,୩୨୯ କୋଟି ଟଙ୍କା ବ୍ୟୟରେ ୬୧,୪୨୮ କି.ମି. ରାସ୍ତା ଏବଂ ୪୧୨ ସେତୁ ନିର୍ମାଣ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri