Posted inଖେଳ

ସୁପ୍ରିମକୋର୍ଟଙ୍କ ଶରଣରେ ବିସିସିଆଇ

ନୂଆଦିଲ୍ଲୀ,୨୦।୧: ଭାରତରେ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ଗତ ଜୁଲାଇ ୨୭ରେ ଶେଷ ହେବାକୁ ଥିବାବେଳେ ବୋର୍ଡ ସଚିବ ଜୟ ଶାହାଙ୍କ କାର୍ଯ୍ୟକାଳ ମେ’ରେ ଶେଷ ହେବ। ଏହି ଦୁଇଜଣଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ବୋର୍ଡ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ବିସିସିଆଇର ସଭାପତି ତଥା ସଚିବ ଭାବରେ ପରବର୍ତ୍ତୀ କାର୍ଯ୍ୟକାଳ ୨୦୨୫ ପର୍ଯ୍ୟନ୍ତ ଗାଙ୍ଗୁଲି ଏବଂ ଜୟ ଶାହା ରହିବେ କି ନାହିଁ ତାହା ଉପରେ ନିଷ୍ପତ୍ତି ଫେବୃଆରୀ ୧୬ରେ ହୋଇପାରେ। ଗାଙ୍ଗୁଲି ଏବଂ ଶାହା ଅଧ୍ୟକ୍ଷ ଏବଂ ସଚିବ ଭାବରେ ଯେତେବେଳେ ଦାୟିତ୍ୱ ଗ୍ରହଣ କରିବା ପରେ ସେତେବେଳେ ରାଜ୍ୟ ତଥା ଜାତୀୟ ୟୁନିଟ ର ୬ ବର୍ଷ କାର୍ଯ୍ୟକାଳରେ ମାତ୍ର ନଅ ମାସ ବାକି ରହିଲା। ଏହି ସମୟରେ, ଏପ୍ରିଲ ୨୧ରେ ଶାହା ଏବଂ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ବିସିସିଆଇ ସର୍ବୋଚ୍ଚ ଅଦାଲତରେ ଏକ ପିଟିସନ ଦାଖଲ କରିଥିଲା। ବୋର୍ଡ ଚାହୁଁଛି ଯେ ଉଭୟଙ୍କ କାର୍ଯ୍ୟକାଳ ୨୦୨୫ ପର୍ଯ୍ୟନ୍ତ ଅର୍ଥାତ୍‌ ଆଉ ଚାରି ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଉ। ସାମ୍ପ୍ରତିକ ସମ୍ବିଧାନ ଅନୁଯାୟୀ, ଯଦି ଜଣେ ଅଧିକାରୀ ବିସିସିଆଇ କିମ୍ବା ରାଜ୍ୟ ସଙ୍ଗଠନରେ ଯୋଗ ଦେଇ ତିନି ବର୍ଷର ଦୁଇ ବର୍ଷ ପୂରଣ କରିଛନ୍ତି, ତେବେ ତାଙ୍କୁ ତିନି ବର୍ଷ ପରେ ବାଧ୍ୟତାମୂଳକ ବିରତି ନେବାକୁ ପଡିବ। ଗାଙ୍ଗୁଲି ଅକ୍ଟୋବର ୨୩ରେ ବିସିସିଆଇ ସଭାପତି ପଦ ଗ୍ରହଣ କରିଥିଲେ ଏବଂ ଆସନ୍ତା ବର୍ଷ ତାଙ୍କୁ ଇସ୍ତଫା ଦେବାକୁ ପଡିବ, କିନ୍ତୁ ଛାଡ ଦିଆଯିବା ପରେ ସେ ୨୦୧୫ ପର୍ଯ୍ୟନ୍ତ ଏହି ପଦବୀରେ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri