Odisha Elections 2024
Posted inଖେଳ

ଟପ୍ସରେ ସାମିଲ ହେଲେ ୪ ତୀରନ୍ଦାଜ

ନୂଆଦିଲ୍ଲୀ,୨୬।୬(ପିଟି)- ତୀରନ୍ଦାଜ ତରୁନଦୀପ ରାଇ, ଅତନୁ ଦାସ, ପ୍ରବିନ ଯାଦବ ଓ ଅତୁଲ ବର୍ମାଙ୍କୁ ବୁଧବାର ଟାଗେର୍ଟ ଅଲିମ୍ପିକ୍‌ ପୋଡିୟମ୍‌ ଯୋଜନା (ଟପ୍ସ)ରେ ସାମିଲ କରାଯାଇଛି। ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ)ର ଡିରେକ୍ଟର ଜେନେରାଲ ନିଲମ କାପୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମିସନ ଅଲିମ୍ପିକ୍‌ ସେଲ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହିତ ପ୍ରସ୍ତାବିତ ୩୪ ଲକ୍ଷ ଟଙ୍କାକୁ ସ୍ବୀକୃତି ମିଳିଛି। ରାଇ, ଦାସ ଓ ଯାଦବଙ୍କୁ ନେଇ ଗଠିତ ଭାରତୀୟ ପୁରୁଷ ରିକର୍ଭ ଦଳ ଚଳିତ ମାସରେ ବିଶ୍ୱ ଆର୍ଚେରୀ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିଲା। ଏହି ଅବସରରେ ଦଳଗତ ବ୍ୟତୀତ ବ୍ୟକ୍ତିଗତ ୩ଟି ରିକର୍ଭ ଇଭେଣ୍ଟ ଲାଗି ମଧ୍ୟ ଅଲିମ୍ପିକ୍‌ ଯୋଗ୍ୟତା ହାସଲ କରିଛନ୍ତି। ବର୍ମା ୨୦୧୪ ଯୁବ ଅଲିମ୍ପିକ୍ସରେ ବାଳକ ରିକର୍ଭ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିଲେ। ଅତୀତ ଓ ବର୍ତ୍ତମାନ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ତୀରନ୍ଦାଜଙ୍କୁ ଚୟନ କରାଯାଇଥିବା ସାଇ ପକ୍ଷରୁ କୁହାଯାଇଛି। ଏହି କମିଟି ଶ୍ରୀଶଙ୍କର ଓ ଜିନ୍‌ସନ ଜନସନଙ୍କୁ ଅନ୍ତର୍ଜାତୀୟ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନୁମତି ଦେଇଛି। କିନ୍ତୁ ଶଟ ପୁଟର ତାଜିନ୍ଦୀ ତୁର ନିଜ ପାଇଁ ବିଦେଶୀ କୋଚ୍‌ ଇରେନେଜ ବୁକୋଓ୍ବିକିଙ୍କୁ ୨ ମାସ ଲାଗି ନିଯୁକ୍ତ କରିବାକୁ ଦେଇଥିବା ପ୍ରସ୍ତାବକୁ କମିଟି ପ୍ରତ୍ୟାଖ୍ୟାନ କରିଛି। ଟିଟି ଖେଳାଳି ମନିକା ବାତ୍ରାଙ୍କ ଲାଗି ଖେଳ ଉପକରଣ ଓ ଶରଥ କମଲଙ୍କ ଲାଗି ୧୨ ଦିନ ପାଇଁ ଫିଜିଓଥେରିପିଷ୍ଟ ହିରାକ ବାଗଚିଙ୍କୁ ନିଯୁକ୍ତ କରାଯାଇଛି। ଟେନିସ ଖେଳାଳି ରୋହନ ବୋପାନ୍ନାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର ଲାଗି ମଧ୍ୟ ଅର୍ଥ ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri