ଆଜିଠୁ ସହଜ ଦର୍ଶନ

ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ସ୍ବତନ୍ତ୍ର ଏସ୍‌ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା ହୋଇଛି। ପ୍ରଶାସନ ପକ୍ଷରୁ ପ୍ରାୟ ୩୦ ହଜାର ଶ୍ରଦ୍ଧାଳୁଙ୍କ ନିମନ୍ତେ ପ୍ରସ୍ତୁତି କରାଯାଇଛି। ମନ୍ଦିର ପରିସରରେ ଦୀପ ଲଗାଇବା, ଭୋଗ ଲଗାଇବା ଏବଂ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିବା ଆଦି ନିଷେଧ ରହିଛି। ସାନିଟାଇଜେଶନ ଉପରେ ଗୁରୁତ୍ୱ ଦିଆଯିବା ସହ ଖରାକୁ ଦୃଷ୍ଟିରେ ରଖି ପାନୀୟଜଳର ବନ୍ଦୋବସ୍ତ କରାଯାଇଛି। ସକାଳ ୬ରୁ ୭ଟା ପର୍ଯ୍ୟନ୍ତ ପୁରୀ ସହରବାସୀ ପରିଚୟପତ୍ର ସହ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖ ଧାଡ଼ିରେ ମନ୍ଦିରକୁ ପ୍ରବେଶ କରିପାରିବେ। ଅନ୍ୟ ସମୟରେ ସାଧାରଣ ଧାଡ଼ିରେ ଆସିବେ। ସେହିପରି ସାନିଟାଇଜେଶନ ପାଇଁ ପ୍ରତି ରବିବାର ମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ବୁଧବାର ସୂଚନା ଦେଇଛନ୍ତି।
ବୁଧବାର ପୂର୍ବାହ୍ନରେ ଆଇନମନ୍ତ୍ରୀ ପ୍ରତାପ ଜେନା ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ଏହି ସମୟରେ ତାଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଦର୍ଶନ ବ୍ୟବସ୍ଥା ନେଇ ସେ ସନ୍ତୋଷ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ଭଲ ହୋଇଛି, ତେଣୁ ସାଧାରଣ ଦର୍ଶନ ଶୃଙ୍ଖଳିତ ହେବା ନେଇ ଆଶା କରୁଛି ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ ଏବଂ ଏସ୍‌ପି କନଓ୍ବର ବିଶାଲ ସିଂ ବଡଦାଣ୍ଡରେ ବୁଲି ଦର୍ଶନ ଓ ପୋଲିସ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଅନ୍ୟପକ୍ଷରେ ସନ୍ଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି, ସେମାନଙ୍କ ସମସ୍ୟା ବୁଝିବା, ଭକ୍ତ ଏସ୍‌ଓପି ମାନି ଦର୍ଶନ କରିବା, ବ୍ୟାରିକେଡ୍‌, ପାନୀୟଜଳ ଆଦି ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା କରାଯାଇଥିଲା।
ଏସ୍‌ପି କହିଛନ୍ତି ଯେ, ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କୁ ସହାୟତା କରିବା ଲାଗି ୨୫ଜଣ ପୋଲିସ କର୍ମଚାରୀ ନିୟୋଜିତ ହେବେ। ସ୍ବାସ୍ଥ୍ୟଗତ କିମ୍ବା ଅନ୍ୟ କୌଣସି ସମସ୍ୟା ହେଲେ ଏମାନେ ତୁରନ୍ତ ସେବା ଯୋଗାଇ ଦେବେ। ବ୍ୟାରିକେଡ୍‌ ମଧ୍ୟରେ ୪ଟି ସ୍ଥାନରେ ପାନୀୟଜଳ ବ୍ୟବସ୍ଥା ହୋଇଛି। କେତୋଟି ଏନ୍‌ଜିଓକୁ ପରିଚାଳନା ବ୍ୟବସ୍ଥାରେ ସାମିଲ କରାଯାଇଛି। ସମ୍ପୃକ୍ତ ଏନ୍‌ଜିଓଗୁଡ଼ିକ ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ୍‌ ବ୍ୟବସ୍ଥା ନେଇ ସହଯୋଗ କରିବେ। ପୂର୍ବରୁ ୧୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ନେଇ ଘୋଷଣା ହୋଇଥିଲା। ଏବେ ଏହାକୁ ବଢ଼ାଇ ୨୫ ପ୍ଲାଟୁନ୍‌ କରି ଦିଆଯାଇଛି। ୮୦ ଏସ୍‌ଆଇ ଏବଂ ଏଏସ୍‌ଆଇ, ୧୨ ଇନ୍ସପେକ୍ଟର, ୬ ଡିଏସ୍‌ପି ଓ ୨ଜଣ ଅତିରିକ୍ତ ଏସ୍‌ପି ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri