୨୬ରୁ ହାଇବ୍ରିଡ୍‌ ଆଦିବାସୀ ମେଳା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ୟୁନିଟ-୧ ଆଦିବାସୀ ପଡ଼ିଆରେ ଆସନ୍ତା ୨୬ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା। କରୋନା ମହାମାରୀ ଯୋଗୁ ଷ୍ଟଲ୍‌ ସଂଖ୍ୟା ହ୍ରାସ କରି ମେଳାକୁ ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ଆଦିବାସୀ ପଡ଼ିଆରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ଫେବୃୟାରୀ ୯ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ଏଥର ମେଳା ହାଇବ୍ରିଡ୍‌ ମୋଡ୍‌ରେ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଭର୍ଚୁଆଲ୍‌ ମୋଡ୍‌ ଏବଂ କ୍ଷେତ୍ରସ୍ତରୀୟ ଆୟୋଜନର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଆଦିବାସୀ ମେଳା-୨୦୨୧ ପାଇଁ ଏକ ସ୍ବତନ୍ତ୍ର ୱେବ୍‌ସାଇଟ୍‌ କରାଯିବା ସହ ସେଥିରେ ରାଜ୍ୟ ବାହାରର ଦର୍ଶକଙ୍କୁ ପଞ୍ଜୀକରଣ କରିବାକୁ କୁହାଯାଇଛି। ରାଜ୍ୟ ବାହାରର ଦର୍ଶକ ମେଳା ବୁଲିବାକୁ ଆସିବାକୁ ହେଲେ ପ୍ରଥମେ ଏହି ୱେବ୍‌ସାଇଟରେ ପଞ୍ଜୀକରଣ କରିବାକୁ ପଡ଼ିବ। ଜାନୁୟାରୀ ୨୩ତାରିଖରୁ ଅନ୍‌ଲାଇନ ରେଜିଷ୍ଟ୍ରେଶନ ଆରମ୍ଭ ହେବା ନେଇ ସୂଚନା ମିଳିଛି।
ହାଇବ୍ରିଡ୍‌ ମୋଡ୍‌ ମେଳାର ସଫଳ ଆୟୋଜନ ନିମନ୍ତେ ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୋସିଆଲ ମିଡିଆ ପ୍ଲାଟଫର୍ମକୁ ଉଦ୍‌ଘାଟନ କରି କହିଛନ୍ତି, କୋଭିଡ୍‌ ମହାମାରୀର ଏକ ସକରାତ୍ମକ ଫଳାଫଳ ସ୍ବରୂପ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ, ପଛୁଆ ବର୍ଗ ବିକାଶ ବିଭାଗ ତରଫରୁ ଏହି ଅଭିନବ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଏହାଦ୍ୱାରା ଓଡ଼ିଶାର ଆଦିବାସୀ ମେଳା ଦେଶ ବିଦେଶରେ ଅଧିକ ଲୋକପ୍ରିୟତା ହାସଲ କରିବ। ମେଳାର ଭର୍ଚୁଆଲ୍‌ ମୋଡ୍‌ରେ ଏକ ବିପଣୀ ପ୍ଲାଟ୍‌ଫର୍ମ ରହିବ ଯାହା ମାଧ୍ୟମରେ ଲୋକମାନେ ଆଦିବାସୀ ଉତ୍ପାଦ କ୍ରୟ କରିପାରିବେ। ଏହି ବିପଣୀ ପ୍ଲାଟଫର୍ମକୁ ବିକଶିତ କରି ଏକ ସ୍ଥାୟୀ ପ୍ଲାଟଫର୍ମ ଭାବେ ସ୍ଥାପିତ କରିବାକୁ ମହାପାତ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଉନ୍ନୟନ କମିଶନର ପ୍ରଦୀପ ଜେନା କହିଥିଲେ ଯେ, ବିଭାଗର ଏ ପ୍ରକାର ପ୍ରଚେଷ୍ଟା ଫଳରେ ଓଡ଼ିଶା ଆଦିବାସୀ କଳାକାର, ଶିଳ୍ପୀ, ଉଦ୍ୟୋଗୀ ଓ ବୁଣାକାରମାନେ ବିଶ୍ୱସହ ଯୋଡ଼ି ହୋଇପାରିବେ।
ମେଳା ଦୈନିକ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲାରହିବ। କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରି ଆଦିବାସୀ ମେଳାର ଆୟୋଜନ କରାଯିବ। ଏଥର ମୋଟ ୯୦ଟି ଷ୍ଟଲ୍‌ ଖୋଲିବ। ରାଜ୍ୟର ବିଭିନ୍ନ ସମ୍ପ୍ରଦାୟର ଜନଜାତି ସମ୍ପ୍ରଦାୟ ମେଳାରେ ଅଂଶଗ୍ରହଣ କରି ସେମାନଙ୍କ ଦ୍ୱାରା ପ୍ରସ୍ତୁତ ପାରମ୍ପରିକ ସାମଗ୍ରୀ, ହସ୍ତତନ୍ତ ଓ ହସ୍ତଶିଳ୍ପ ଘରକରଣା ଓ ଘରସଜ୍ଜା ଉପକରଣ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରିବଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri