ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍‌ ବିଜ୍ଞାପନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍‌ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି ବିଜ୍ଞାପନରୁ ଦୂରେଇ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ୍‌ ୨୧ରେ ଏକ ସ୍ଥାନୀୟ ଖବରକାଗଜରେ ଓଜେଇଇ-୨୦୧୯ ନାମରେ ଏକ ବିଜ୍ଞାପନ ପ୍ରକାଶ ପାଇଥିଲା। ସେଥିରେ ବି.ଟେକ୍‌ କୋର୍ସରେ ଆଡ୍‌ମିଶନ ସହିତ ଓଜେଇଇ ହେଲ୍‌ପଲାଇନ୍‌ ଭାବେ ଦୁଇଟି ମୋବାଇଲ୍‌ ଫୋନ୍‌ ନମ୍ବର ଦିଆଯାଇଥିଲା। ଏ ସମ୍ବନ୍ଧରେ ଓଜେଇଇ ପକ୍ଷରୁ ବୁଧବାର ଏକ ସ୍ପଷ୍ଟୀକରଣ ଦିଆଯାଇଛି। ଓଜେଇଇ-୨୦୧୯ ସହିତ ଏହି ବିଜ୍ଞାପନର କୌଣସି ସମ୍ପର୍କ ନାହିଁ। ସେଥିରେ ଲିଖିତ ହେଲ୍‌ପଲାଇନ୍‌ ନମ୍ବର ମଧ୍ୟ ଓଜେଇଇର ନୁହେଁ। ତେଣୁ ଉକ୍ତ ବିଜ୍ଞାପନ ସମ୍ପୂର୍ଣ୍ଣ ଜାଲ୍‌। ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ଉଦ୍ଦେଶ୍ୟରେ ଏହି ଜାଲ୍‌ ବିଜ୍ଞାପନ ପ୍ରକାଶ କରାଯାଇଛି ବୋଲି ଓଜେଇଇ ପକ୍ଷରୁ ସ୍ପଷ୍ଟୀକରଣରେ କୁହାଯାଇଛି। ଓଜେଇଇ କମିଟି ପକ୍ଷରୁ ସମସ୍ତ ଛାତ୍ରୀଛାତ୍ର ଓ ଅଭିଭାବକଙ୍କୁ ଏ ସମ୍ପର୍କରେ ସତର୍କ କରାଯାଇଛି। ଛାତ୍ରୀଛାତ୍ରମାନେ ଓଜେଇଇର ସରକାରୀ ଓ୍ବେବ୍‌ସାଇଟ୍‌ (www.ojee.nic.in/www.odishajee.com)ରେ ଓଜେଇଇ ୨୦୧୯ର କାଉନ୍‌ସିଲିଂ ଓ ଆଡ୍‌ମିଶନ ସଂକ୍ରାନ୍ତ ସମସ୍ତ ନିୟମାବଳୀ, ସୂଚନା ଏବଂ ନିର୍ଦ୍ଦେଶନାମାକୁ ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ଏ ସମ୍ପର୍କରେ କୌଣସି ଅସୁବିଧା ବା ସନ୍ଦେହ ହେଲେ ଛାତ୍ରୀଛାତ୍ର ଓ ଅଭିଭାବକ ଗଣ୍ଡମୁଣ୍ଡାସ୍ଥିତ ଓଜେଇଇ କାର୍ଯ୍ୟାଳୟ ସହ ସମ୍ପର୍କ କରିପାରିବେ କିମ୍ବା ୦୬୭୪-୨୩୮୨୧୦୧, ୦୬୭୪-୨୩୮୨୧୦୮ ଫୋନ୍‌ ନମ୍ବରରେ ଯୋଗାଯୋଗ କରିପାରିବେ ବୋଲି ଓଜେଇଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri