ରାଶନ କାର୍ଡ ଧରାଇ ଚୁପ୍‌ ବସିଛି ପ୍ରଶାସନ

ନାଉଗାଁ,୨୧ା୧(ସ୍ବ.ପ୍ର.): ମୃତ ଶ୍ୱଶୁର ଓ ଶାଶୁଙ୍କ ନାଁରେ ଖାଉଟି ସାମଗ୍ରୀ ଉଠାଯାଉଛି ବୋଲି ନାଉଗାଁ ବ୍ଲକ ଅଲଣା ପଞ୍ଚାୟତ ସଠଳପୁର ଗ୍ରାମର କୁଇନି ରାଉତ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିସହ ଶାଶୁ, ଶ୍ୱଶୁରଙ୍କ ମୃତ୍ୟୁପରେ ତାଙ୍କ ପରିବାରକୁ ରାଶନ କାର୍ଡ ପ୍ରଦାନ କରାଯାଉନାହିଁ ବୋଲି ସେ ଦର୍ଶାଇଥିଲେ। ଏହି ଅଭିଯୋଗର ନକଲ ଜିଲାପାଳ, ୫-ଟି ସଚିବ ଓ ଯୋଗାଣ ମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ। ଏହାର ୩ ମାସ ପରେ କୁଇନିଙ୍କୁ ଉକ୍ତ ଯୋଜନାରେ ସାମିଲ କରାଯାଇଛି। ମାତ୍ର ଖାଉଟି ସାମଗ୍ରୀ ଉଠାଯିବା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। ଏ ସମ୍ପର୍କିତ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସମ୍ପୃକ୍ତ ଡିଲରଙ୍କ ସମ୍ପର୍କରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଖାଦ୍ୟ ଯୋଗାଣ କମିଶନ ଅଧ୍ୟକ୍ଷ ଟୁଇଟ୍‌ କରି ଖାଦ୍ୟ ଯୋଗାଣ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ନିର୍ଦ୍ଦେଶକୁ ଜଗତ୍‌ସିଂହପୁର ଜିଲା ଯୋଗାଣ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯାଇନାହିଁ। ଅପରପକ୍ଷେ ନାଉଗାଁ ବ୍ଲକ ଯୋଗାଣ ନିରୀକ୍ଷିକା ନୀଳିମା ମହାନ୍ତି ୧୦ ନଭେମ୍ବରରେ କୁଇନିଙ୍କ ଘରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ତାଙ୍କଠାରୁ ମୃତ ଶାଶୁ ଓ ଶଶୁରଙ୍କ ନାମରେ ଥିବା ଖାଉଟି କାର୍ଡ ସହ ଆବଶ୍ୟକ କାଗଜପତ୍ର ସଂଗ୍ରହ କରିଥିଲେ। କିନ୍ତୁ ସମ୍ପୃକ୍ତ ଡିଲର ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲେ।
ଏ ସମ୍ପର୍କରେ ବ୍ଲକ ଯୋଗାଣ ଅଧିକାରୀ ନୀଳିମା ମହାନ୍ତି କୁହନ୍ତି, ତଦନ୍ତ କରାଯାଇ ରିପୋର୍ଟ ଜିଲା ଯୋଗାଣ ବିଭାଗ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକୋରା କହିଛନ୍ତି, ତଦନ୍ତ ସରିଛି। ରିପୋର୍ଟକୁ ବିଚାରକୁ ନିଆଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ପ୍ରଶାସନ କେବେ କୁଇନିଙ୍କ ପରିବାରକୁ ନ୍ୟାୟ ଦେବ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri