ଅନ୍ତର୍ଜାତୀୟ ନିଶା ଅପବ୍ୟବହାର, ଅବୈଧ ଚାଲାଣ ନିରୋଧ ଦିବସ

ଭବାନୀପାଟଣା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ପ୍ରଶାସନର ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଓ ଅବକାରୀ ବିଭାଗ ପକ୍ଷରୁ ଭବାନୀପାଟଣାଠାରେ ବୁଧବାର ଅନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ନିରୋଧ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କଳାହାଣ୍ଡି ଜିଲାପାଳଙ୍କ ବାସଭବନ ସମ୍ମୁଖରୁ ଏକ ସଚେତନତା ରାଲି ବାହାରି ସହର ପରିକ୍ରମା କରିବା ସହିତ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। କଳାହାଣ୍ଡି ଅତିରିକ୍ତ ଜିଲାପାଳ ଶରତଚନ୍ଦ୍ର ଶ୍ରୀଚନ୍ଦନ ଓ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଭୋଳାନାଥ ଦାସ ସବୁଜ ପତାକା ଦେଖାଇ ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭବାନୀପାଟଣା ଉପଜିଲାପାଳ ମିର୍ଦ୍ଧା ଟପୋ, ଏସିଷ୍ଟାଣ୍ଡ କଲେକଟର୍‌ ସୁରେନ୍ଦ୍ର ତ୍ରିପାଠୀ, ଅବକାରୀ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଉମାକାନ୍ତ ପ୍ରଧାନ, ଇନିସ୍‌ପେଟର କୁବେର ସେଠୀ, ଇନିସ୍‌ପେଟର ସଂଘମିତ୍ରା ପ୍ରଧାନ ଓ ସୁବାଷ ଚନ୍ଦ୍ର ବାରିକ, ଏନସିସି ଅଫିସର ରବି କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉପଲକ୍ଷେ ଅଧିକରୁ ଅଧିକ ସଚେତନତା ସୃଷ୍ଟି କରିବା ନିମନ୍ତେ ଛାତ୍ରୀଛାତ୍ରମାନଙ୍କ ଭିତରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥିମାନେ ନିଶା ଅପବ୍ୟବହାର ଓ ଅବୈଧ ଚାଲାଣ ସମ୍ପର୍କରେ ଆଲୋଚନା କରିବା ସହ ଜନସାଧାରଣ ଏହାଠାରୁ ଦୂରେଇ ରହିବା ପାଇଁ ପରାମର୍ଶ ଦେଇଥିଲେ । ବିଭିନ୍ନ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ସେହିପରି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସ୍ଥାନୀୟ ଅମଲା ଭବନଠାରେ ମଧ୍ୟ ଏହି ଦିବସ ପାଳନ କରାଯାଇଛି। ଏଥିରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ଜିଲା ସାଜିକ ସୁରକ୍ଷା ଅଧିକାରୀ ଭୋଳାନାଥ ନାଏକ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସକ ସୁଶ୍ରୀ ସଂଘମିତ୍ରା କାନୁନଗୋ, ଡିଡିଆରଓ ଶୁଭାଷିସ ମହାନ୍ତି, ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଭାଗିରଥି ଭୋଇ ପ୍ରମୁଖ ଯୋଗଦେଇଥିଲେ। ମ.ରାମପୁରସ୍ଥିତ ଶ୍ରୀରାମ କୃଷ୍ଣ ଆଶ୍ରମ ଛାତ୍ରମାନେ ଏକାଙ୍କିକା ଓ ଘୁମୁରା ମାଧ୍ୟମରେ ସଚେତନର ବାର୍ତ୍ତା ଦେଇଥିଲେ। କାମଠଣାସ୍ଥିତ ଜେଏନଏମ୍‌ ପ୍ରଶିକ୍ଷଣ କେନ୍ଦ୍ରର ଛାତ୍ରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ...

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ,...

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା...

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ,...

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି...

‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍‌’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି।...

ଜଗନ୍ନାଥ ଗ୍ରହଣୀୟ

‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri