Posted inଜାତୀୟ

ମମତାଙ୍କୁ ଆଉ ଏକ ଧକ୍କା

କୋଲକାତା,୨୨ ।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୀତି ବେଳକୁ ବେଳ ହେଉଛି ସରଗରମ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅର୍ଥାତ୍ ଶାସକ ତ୍ରୁଣମୂଳ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଧକ୍କା ବି ଲାଗୁଛି । ଶୁକ୍ରବାର ତ୍ରୁଣମୂଳ କଂଗ୍ରେସ ସରକାରରେ ମନ୍ତ୍ରୀ ଥିବା ରାଜୀବ ବାନାର୍ଜୀ ଇସ୍ତଫା ଦେଇଥିବା ଜଣାପଡିଛି । ଯାହା ଦଳପାଇଁ ଆଦୌ ଭଲ ନୁହେଁ ବୋଲି କୁହାଯାଉଛି । କାରଣ ଏହା ପୂର୍ବରୁ ପ୍ରାୟ ୧୬ ବିଧାୟକ ଦଳରୁ ଇସ୍ତଫା ଦେଇ ସାରିଛନ୍ତି । ତୃତୀୟ ମନ୍ତ୍ରୀ ଭାବେ ରାଜୀବ ବାନାର୍ଜୀ ଇସ୍ତଫା ଦେଇଛନ୍ତି । ଆଲୋଚନା ହେଉଛି କି ସେ ବି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇପାରନ୍ତି । ରାଜୀବ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ପଠାଇଛନ୍ତି । ଗୋଟିଏ ପଟେ ଭାଜପା ଏଥର ବିଧାନସଭା ନିର୍ବାଚନରେ ବିଜୟ ହାସଲ ଲାଗି ସମସ୍ତ ଶକ୍ତି ଖଟାଇଥିବା ବେଳେ ଅନ୍ୟପଟେ ଟିଏମ୍‌ସି ମଧ୍ୟ ବିଜୟ ଆଶାରେ ରହିଛି । ହେଲେ ଜଣଙ୍କ ପରେ ଜଣେ ଦଳ ଛାଡିବା ଟିଏମ୍‌ସି ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri