Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ
ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେପକାଇପାରିବେ ନାହିଁ। ତଥାପି କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
ବୃଷ
ବୃଷ
ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଏହା ସଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତତ୍ପରତା ଲାଗି ରହିବ।
ମିଥୁନ
ମିଥୁନ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ। ଆକସ୍ମିକ ଭାବରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ। ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ବଢ଼ିଯିବ।
ସି˚ହ
ସି˚ହ
ନିଜ ଭବିଷ୍ୟତକୁ ଆଖି ଆଗରେ ଦେଖି ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ଆଜି ସକାଳୁ ସକାଳୁ ବନ୍ଧୁ ମିଳନ ଓ ଆନୁଷ୍ଠାନିକ କାମରୁ ଖୁସୀ ରହିବେ। ଖୋଜୁଥିବା ଲୋକଟିକୁ ଠିକଣା ଜାଗାରେ ନ ପାଇ ବ୍ୟସ୍ତ ହୋଇପାରନ୍ତି। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆତ୍ମୀୟସ୍ବଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀଙ୍କ ମନମୁଖିଆ ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିବ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ। ସାମାଜିକ ସ୍ତରରେ ଉତ୍ସୁକତାର ସହ କାମ କରି ପ୍ରଶଂସିତ ହେବେ।
ଧନୁ
ଧନୁ
କାର୍ଯ୍ୟହାନି ଓ ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡିପାରେ।
ମକର
ମକର
ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସାମୟିକ ସମସ୍ୟା ଲାଗି ରହିଲେ ମଧ୍ୟ ବନ୍ଧୁମାନଙ୍କ ସହ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିଶେଷ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଠିକ୍ ଖବର ଦେବାରେ ହେଳା କରିପାରନ୍ତି, ଯାହା କି ଉଦ୍‌ବେଗର କାରଣ ହୋଇପାରେ। ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ।
ମୀନମୀନ
ଗତକାଲିର ଘଟଣାବଳୀକୁ ନେଇ ରହିଥିବା ଟେନ୍ସନ୍ ଆଜି କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସୀରେ ଅତିବାହିତ ହେବ। ଅଯଥା ଗୁଡାଏ କାଳ୍ପନିକ ବିଷୟବସ୍ତୁକୁ ନେଇ ମନକୁ ଭାରାକ୍ରାନ୍ତ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri