ରାମଚଣ୍ଡୀ ମନ୍ଦିରରୁ ଚୋରି ଅଳଙ୍କାର କେନ୍ଦ୍ରାପଡ଼ାରୁ ଜବତ: ଜଣେ ଅଟକ

ମହାକାଳପଡ଼ା, ୨୩।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମନଗର ଅଞ୍ଚଳର ପ୍ରସିଦ୍ଧ ମା’ ରାମଚଣ୍ଡୀ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଗ୍ରିଲ ତାଡ଼ି ପୂଜକଙ୍କୁ ଗୋଟିଏ ଘରେ ତାଲା ପକାଇ ମନ୍ଦିର ଗର୍ଭ ଗୃହରୁ ବିଭିନ୍ନ ଅଳଙ୍କାର ଚୋରିକରି ନେଇଛନ୍ତି। ଏ ନେଇ ପୂଜକ ପର୍ଶୁରାମ ସାମନ୍ତରାୟ ପ୍ରକାଶ କରିଛନ୍ତି। ଅଭିଯୋଗ ପାଇ ଜମ୍ବୁ ମେରାଇନି ପୋଲିସ ତଦନ୍ତ ଚଳାଇଛି।
ତେବେ ଜଣେ ଲୁଟେରା କେନ୍ଦ୍ରାପଡ଼ା ଠାରେ ସ୍ପେଶଲ ପୋଲିସ ଟିମ୍‌ ହାତରେ ଧରାପଡ଼ିଥିବା ବେଳେ ତାଙ୍କ ନିକଟରୁ ମା’ଙ୍କ ଅଳଙ୍କାର ଜବତ ହୋଇଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି। ଖବର ପାଇ ସ୍ଥାନୀୟ ବିଧାୟକ ଅତନୁ ସବ୍ୟସାଚୀ ନାୟକ ଘଟଣା ସ୍ଥଳରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ଚୋରି ସମ୍ପର୍କରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଛନ୍ତି। ରାମଚଣ୍ଡୀ ସେନା ପକ୍ଷରୁ ମନ୍ଦିର ସୁରକ୍ଷା ପାଇଁ ପ୍ରଶାସନ ନିକଟରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri