ନୁସରତଙ୍କୁ ସାଙ୍ଗରେ ନ ନେଇ ଏକା ବୁଲିବାକୁ ଗଲେ ସ୍ବାମୀ, ଏମିତି ହେଉଛି ଚର୍ଚ୍ଚା

ମୁମ୍ବାଇ: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବେଙ୍ଗଲୀ ଅଭିନେତ୍ରୀ ନୁସରତ ଜହାଁ ଏବଂ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କ ସମ୍ପର୍କକୁ ନେଇ ଏବେ ଚର୍ଚ୍ଚା ହେଉଛି। ନୁସରତ ଅଭିନେତା ଦାସଗୁପ୍ତାଙ୍କ ସହ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ଏହି ସମୟରେ ନିଖିଲ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏମିତି କିଛି ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି।

ନିଖିଲ ଏବେ ହିମାଚଳପ୍ରଦେଶରେ ଛୁଟି କଟାଉଛନ୍ତି। ତାଙ୍କ ସହିତ ନୁସରତ ଯାଇନାହାନ୍ତି। ନିଖିଲ ନିଜର ଏକ ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, କିଛି ଜିନିଷ ବଦଳେ ନାହିଁ। ଆପଣଙ୍କ ନଜର ବଦଳିଯାଏ। ଏହା ପ୍ରଶଂସକଙ୍କୁ ଦ୍ୱନ୍ଦ୍ୱରେ ପକାଇଥିଲା।

ଅନ୍ୟପକ୍ଷରେ ଚର୍ଚ୍ଚିତ ଖବରକୁ ନେଇ ନୁସରତ କହିଛନ୍ତି, ନିଜ ଜୀବନ ସବୁବେଳେ ବ୍ୟକ୍ତିଗତ। ପବ୍ଲିକଙ୍କ ପାଇଁ ନୁହେଁ। ଲୋକେ ସବୁବେଳେ ମୋତେ ଟ୍ରାଏଲରେ ରଖୁଛନ୍ତି। ମୁଁ କୌଣସି କମେଣ୍ଟ ଦେବାକୁ ଚାହୁଁନାହିଁ। ଲୋକେ ମୋ କାମକୁ ପରଖନ୍ତୁ। ଆଉ କୌଣସି କଥାକୁ ନୁହେଁ। ଭଲ ହେଉ କି ଖରାପ। ଏହା ମୋ’ ବ୍ୟକ୍ତିଗତ କଥା।


୧୯ ଜୁନ୍‌ ୨୦୧୯ରେ ନୁସରତ ଏବଂ ନିଖିଲ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଏହା ପୂର୍ବରୁ ଦୁଇଜଣ ପରସ୍ପରକୁ ଡେଟ୍‌ କରୁଥିଲେ। ତୁର୍କୀରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିବା ବେଳେ କୋଲାକାତାରେ ରିସେପଶନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri