ଜନସାଧାରଣଙ୍କୁ ପରେଡସ୍ଥଳ ମନା

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ ପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପରେଡ ସ୍ଥଳ ଗାନ୍ଧୀମାର୍ଗରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏହାବ୍ୟତୀତ କାଉଣ୍ଟର ଟେରରିଷ୍ଟ ସ୍କ୍ବାଡ୍‌ (ସିଟିଏସ୍‌), ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ (ଏସଟିୟୁ), ସ୍ବତନ୍ତ୍ର ତାଲିମପ୍ରାପ୍ତ ଏସ୍‌ଓଜି ଯବାନ, ସାଦା ପୋଷାକଧାରୀ ପୋଲିସ, ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ, ରୁଫଟପ୍‌ ସିକ୍ୟୁରିଟି, ସାର୍ପ ଶୁଟର୍‌ ମୁତୟନ ରହିବେ। ପରେଡସ୍ଥଳ ଚାରିପଟ ଓ ଆଖପାଖ ଅଞ୍ଚଳ ସିସିଟିଭି ନିୟନ୍ତ୍ରଣରେ ରହିବ। ପରେଡସ୍ଥଳ ନିକଟରେ ସିସିଟିଭି ନିୟନ୍ତ୍ରଣ କକ୍ଷ ସ୍ଥାପନ ହେବ। ଶନିବାରଠାରୁ ଗାନ୍ଧୀମାର୍ଗର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବାବେଳେ କମିଶନରେଟ ପୋଲିସର ବରିଷ୍ଠ ଅଧିକାରୀମାନେ ଏ ନେଇ ଯାଞ୍ଚ କରିଛନ୍ତି। ସେହିପରି ରାଜ୍ୟସ୍ତରୀୟ ପରେଡ୍‌ରେ ଭାଗ ନେବାକୁ ଥିବା ଟ୍ରୁପଗୁଡ଼ିକ ରିହର୍ସାଲ ଚଳାଇଛନ୍ତି। ମହିଳା ଆଇପିଏସ୍‌ ଅଫିସର ଏସ୍‌. ସୁଶ୍ରୀ ପରେଡ୍‌ କମାଣ୍ଡର ହୋଇଛନ୍ତି। ଏଥର ପରେଡ୍‌ରେ ଓଡ଼ିଶା ପୋଲିସ ବ୍ୟାଣ୍ଡ, ଓଡ଼ିିଶା ପୋଲିସ ସପ୍ତମ ବାଟାଲିଅନ୍‌, ଏସ୍‌ଓଜି, ସ୍ବିଫ୍ଟ ଆକ୍ସନ ଫୋର୍ସ, ଆଇଆର୍‌ବି, ଏସ୍‌ଏସ୍‌ବି, ସପ୍ତମ ବାଟାଲିଅନ୍‌, ଓଡ୍ରାଫ, ଅଗ୍ନିଶମ ବାହିନୀ ସମେତ ୧୮ଟି ଟ୍ରୁପ୍‌ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ କୋଭିଡ କଟକଣା ଯୋଗୁ ଜନସାଧାରଣଙ୍କୁ ପରେଡ୍‌ସ୍ଥଳକୁ ଯିବା ପାଇଁ ବାରଣ କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପରେଡ ଅଭିବାଦନ ଗ୍ରହଣ କରିବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ଟ୍ରାଫିକ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ରବୀନ୍ଦ୍ର ମଣ୍ଡପ, ଆଇଜି ପାର୍କ ପଟୁ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ପରେଡ ସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍‌ କରିଦିଆଯିବ। ତେବେ ଜନପଥରେ ଗାଡ଼ି ଚଳାଚଳ ସ୍ବାଭାବିକ ରହିବ ବୋଲି କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri