ଆଜି ରାଜ୍ୟରୁ ୧୩୦ ପଜିଟିଭ୍‌ ଚିହ୍ନଟ, ଜଣେ ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସେମବାର ରାଜ୍ୟରେ ୧୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୪୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୬ ଜଣ ଚିହ୍ନଟ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଏବଂ ଝାରସୁଗୁଡ଼ାରୁ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୩, ବାଲେଶ୍ୱର ୬, ବରଗଡ଼ ୩, ଭଦ୍ରକ ୧, ବଲାଙ୍ଗୀର ୩, କଟକ ୭, ଦେବଗଡ଼ ୩, ଗଜପତି ୩, ଜଗତସିଂହପୁର ୪, ଯାଜପୁର ୩, କଳାହାଣ୍ଡି ୫, କନ୍ଧମାଳ ୧, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୨, ଖୋର୍ଦ୍ଧା ୪, ମୟୂରଭଞ୍ଜ ୬, ନବରଙ୍ଗପୁର ୩, ନୂଆପଡ଼ା ୬, ପୁରୀ ୭, ରାୟଗଡ଼ା ୧ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସେହିପରି ଆଜି ସୁନ୍ଦରଗଡ଼ରୁ ଜଣେ ୪୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ଡାଇବେଟିସ୍‌ ଏବଂ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪, ୪୩୦ରେ ପହଞ୍ଚିଥିବା ବେଳେ ୩,୩୧,୧୪୪ ଜଣ ସୁସ୍ଥ ହୋଇଛନ୍ତି। ୧୩୨୭ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି।...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର...

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି...

ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି...

ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍‌

ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍‌ ପରେ ଏହାର କାଉଣ୍ଟର ଆଟାକ୍‌ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍‌ କରି ସମୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri