Posted inଖେଳ

ଇଂଲଣ୍ଡ ୨-୦ରେ ସିରିଜ ବିଜୟୀ

ଗାଲେ, ୨୬ା୧- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟକୁ ଇଂଲଣ୍ଡ ୬ ଉଇକେଟରେ ଜିତି ନେଇଛି। ଏହା ଦ୍ୱାରା ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୦ରେ କ୍ଲିନ୍‌ ସୁଇପ୍‌ କରି ବିଜୟ ହାସଲ କରିଛି। ସୋମବାର ଚତୁର୍ଥ ଦିବସ ଖେଳରେ ୧୬୪ ରନର ବିଜୟ ଲକ୍ଷ୍ୟକୁ ପିଛା କରିବା ବେଳେ ଇଂଲଣ୍ଡ ଏକଦା ୮୯ ରନରେ ଏହାର ୪ ବ୍ୟାଟ୍ସମ୍ୟାନଙ୍କୁ ହରାଇଥିଲା। ମାତ୍ର ୫ମ ଉଇକେଟରେ ଜୋସ୍‌ ବଟଲର (୪୬*) ଓ ଡମ୍‌ ସିବ୍‌ଲି (୫୬*)ଙ୍କ ମଧ୍ୟରେ ଅପରାଜିତ ୭୫ରନ ପାର୍ଟନରଶିପ୍‌ ଯୋଗୁ ଦଳ ବିଜୟ ଲକ୍ଷ୍ୟ ହାସଲ କରିପାରିଥିଲା। ଗତ ୩ଟି ଇନିଂସରେ ମାତ୍ର ୬ ରନ କରିଥିବା ସିବ୍‌ଲି ଠିକଣା ସମୟରେ ଫର୍ମକୁ ଫେରିଥିଲେ। ଫାଇନାଲ ଇନିଂସରେ ସେ ଉପଯୋଗୀ ଅର୍ଦ୍ଧଶତକ ହାସଲ କରିଥିଲେ। ସୋମବାର ପୂର୍ବଦିନର ଅସମାପ୍ତ ସ୍କୋର ୩୩୯/୯ରୁ ଖେଳ ଆରମ୍ଭ କରିବା ପରେ ଇଂଲଣ୍ଡ ୩୪୪ରେ ଅଲ୍‌ଆଉଟ ହୋଇଯାଇଥିଲା। ପ୍ରଥମ ଇନିଂସରେ ୩୭ ରନ ଅଗ୍ରଣୀ ଲାଭ କରିଥିବା ଶ୍ରୀଲଙ୍କା କିନ୍ତୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ମାତ୍ର ୧୨୬ ରନରେ ଅଲ୍‌ଆଉଟ ହୋଇଯାଇଥିଲା। ଇଂଲଣ୍ଡର ଦୁଇ ସ୍ପିନର ଜ୍ୟାକ୍‌ ଲିଚ୍‌ ଓ ଡୋମିନିକ୍‌ ବେସ୍‌ ମିଳିତ ଭାବେ ୮ ଉଇକେଟ ନେଇ ଘରୋଇ ଦଳର ପତନ ଘଟାଇଥିଲେ। ଫଳରେ ଇଂଲଣ୍ଡ ପାଇଁ ଦ୍ୱିତୀୟ ଇନିଂସରେ ମାତ୍ର ୧୬୪ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଇଂଲଣ୍ଡ ବର୍ତ୍ତମାନ ୪ ଟେଷ୍ଟ, ୫ ଅନ୍ତର୍ଜାତୀୟ ଟି୨୦ ଏବଂ ୩ ଅନ୍ତର୍ଜାତୀୟ ଦିନିକିଆ ଖେଳିବା ଲାଗି ଭାରତ ଗସ୍ତ କରିବ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୩୮୧
ଇଂଲଣ୍ଡ ପ୍ରଥମ ଇନିଂସ: ୩୪୪
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୩୫.୫ ଓଭରରେ ୧୨୬/ ଅଲଆଉଟ (ଲସିଥ ଏମ୍ବୁଲଡେନିୟା-୪୦, ବେସ୍‌-୪/୪୯, ଜ୍ୟାକ୍‌ ଲିଚ୍‌-୪/୫୯)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ: ୧୬୪/୪ ( ଡମ୍‌୍‌୍‌ ସିବ୍‌ଲି-୫୬*, ଜୋସ୍‌ ବଟଲର-୪୬*, ଲସିଥ ଏମ୍ବୁଲଡେନିୟା-୩/୭୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri