ବିଧାୟକ, ଏମ୍‌ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହାଇକୋର୍ଟର ବିଚାରପତି, ରାଜ୍ୟର ସବୁ ଏମ୍‌ପି, ବିଧାୟକଙ୍କୁ ଅନୁରୋଧ କରିଛନ୍ତି।
ସ୍କୁଲରେ ହିଁ ଆମର ବ୍ୟକ୍ତିତ୍ୱର ମୂଳଦୁଆ ପଡ଼ିଥାଏ। ଶିଶୁକୁ ସ୍କୁଲ ହିଁ ସମାଜ ସହ ଯୋଡ଼ିଥାଏ। ଆମ ସାମାଜିକ ଜୀବନର ଅୟମାରମ୍ଭ ବିଦ୍ୟାଳୟରୁ ହୋଇଥାଏ। ଘର ପରେ ବିଦ୍ୟାଳୟ ସହିତ ଆମ ସମସ୍ତଙ୍କର ଭାବଗତ ବନ୍ଧନ ସବୁଠାରୁ ଅଧିକ। ତେଣୁ ଆମ ଶିକ୍ଷା ଭିତ୍ତିଭୂମିରେ ଉନ୍ନତି ଆଣି ସରକାରୀ ସ୍କୁଲଗୁଡ଼ିକରେ ଏକ ଆଦର୍ଶ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସ୍କୁଲ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ଚାହିଁଲେ ସେ ପଢୁଥିବା ସ୍କୁଲର ବିକାଶରେ ଭାଗୀଦାରି ହୋଇପାରିବ। ରାଜ୍ୟ ସରକାରଙ୍କ ଏହି କାର୍ଯ୍ୟକ୍ରମରେ ଦେଶ ବିଦେଶର ବହୁ ଓଡ଼ିଆ ସାମିଲ ହୋଇ ସେମାନେ ପଢ଼ିଥିବା ସ୍କୁଲର କାୟାକଳ୍ପରେ ସାମିଲ ହୋଇଛନ୍ତି।
ଏହି ପରିପ୍ରେକ୍ଷୀରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମେତ ହାଇକୋର୍ଟର ବିଚାରପତି, ସମସ୍ତ ମନ୍ତ୍ରୀ, ସମସ୍ତ ଏମ୍‌ପି ଏବଂ ବିଧାୟକମାନଙ୍କୁ ସେମାନେ ପଢ଼ିଥିବା ସ୍କୁଲ ବା ପସନ୍ଦର ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ଚିଠି ଲେଖି ଅନୁରୋଧ କରିଛନ୍ତି। ଜଣେ ବ୍ୟକ୍ତି ଚାହିଁଲେ ସର୍ବାଧିକ ୩ଟି ସ୍କୁଲକୁ ପୋଷ୍ୟ ଭାବରେ ଗ୍ରହଣ କରିପାରିବେ।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଆପଣମାନେ ନିଜ ନିଜର ଦକ୍ଷତା ଓ ପ୍ରତିଭା ଦ୍ୱାରା ସମାଜରେ ପ୍ରତିଷ୍ଠା ଲାଭ କରିଛନ୍ତି। ଏଥିରେ ଆପଣ ପାଠ ପଢ଼ିଥିବା ସ୍କୁଲର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ବିଦ୍ୟାଳୟ ଆମକୁ ବହୁତ କିଛି ଦେଇଛି। ଆମକୁ ଗଢ଼ିଛି। ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ଆମ ଭିତରେ ସାମର୍ଥ୍ୟ ସୃଷ୍ଟି କରିଛି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ଆମର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରିଛି। ସମାଜ ପ୍ରତି ଉତ୍ତରଦାୟିତ୍ୱକୁ ଠିକ୍‌ ଭାବରେ ନିର୍ବାହ କରିବା ପାଇଁ ମାର୍ଗ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟ ସରକାରଙ୍କ ମୋ ସ୍କୁଲ କାର୍ଯ୍ୟକ୍ରମ ଆପଣଙ୍କର ପ୍ରିୟ ସ୍କୁଲ ପାଇଁ କିଛି କରିବା ଲାଗି ସୁଯୋଗ ସୃଷ୍ଟି କରିଛି। ଉଦାର ହୃଦୟରେ ଆପଣଙ୍କ ପ୍ରିୟ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ସମାଜର ନେତୃବର୍ଗଙ୍କ ଏହି ସାଧୁ ଉଦ୍ୟମ ଅତ୍ୟନ୍ତ ପ୍ରଭାବଶାଳୀ ହେବା ସହିତ ଆପଣମାନଙ୍କ ପାଇଁ ଅନନ୍ୟ ପରିଚୟ ଓ ଅନ୍ୟମାନଙ୍କ ପାଇଁ ଏକ ଅନୁକରଣୀୟ ଉଦାହରଣ ସୃଷ୍ଟି କରିବ। ମୋ ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହୋଇ ରାଜ୍ୟର ଶୈକ୍ଷିକ ପରିବେଶରେ ଆରମ୍ଭ ହୋଇଥିବା ରୂପାନ୍ତରରେ ଯୋଗ ଦେବା ପାଇଁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri