Posted inଖେଳ

ଘରୋଇ ମଇଦାନରେ ରୋହିତଙ୍କ ରହିଛି ଏଭଳି ରେକର୍ଡ, ଫିକା ପଡ଼ିପାରନ୍ତି ଇଂଲଣ୍ଡ ବୋଲର୍‌

ନୂଆଦିଲ୍ଲୀ,୨୭।୧: କୋଭିଡ-୧୯ ପରେ ଭାରତରେ ପ୍ରଥମ ଥର ପାଇଁ ଅନ୍ତଃରାଷ୍ଟ୍ରୀୟ କ୍ରିକେଟ ଖେଳାଯିବ। ଇଂଲଣ୍ଡର ଟିମ୍‌ ସିରିଜ୍‌ ଖେଳିବା ଲାଗି ଭାରତ ଗସ୍ତରେ ଆସିବ। ଫେବୃୟାରୀ ୫ରୁ ଚେନ୍ନାଇରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ହେତୁ ଭାରତୀୟ ଦଳ ଫର୍ମରେ ରହିଛି। ଦଳର ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ରୋହିତ ଶର୍ମା ଜୋ ରୁଟ୍‌ଙ୍କ ଟିମ୍‌ ପାଇଁ ବିପଦ ସାଜିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଅଷ୍ଟ୍ରେଲିଆ ଗସ୍ତରେ ସେତେଟା ଭଲ ପ୍ରଦର୍ଶନ କରିପାରି ନ ଥିଲେ ରୋହିତ। ହେଲେ ଘରୋଇ ମଇଦାନରେ ସେ ଦୃଢ଼ ପ୍ରଦର୍ଶନ କରିଥାନ୍ତି। ଉଭୟ ସ୍ବିଙ୍ଗ୍‌ ଏବଂ ସ୍ପିନ୍‌କୁ ଭଲରେ ଖେଳିବାର କ୍ଷମତା ତାଙ୍କର ରହିଛି। ଏଣୁ ଇଂଲଣ୍ଡର ବୋଲରମାନେ ଅଡ଼ୁଆରେ ପଡ଼ି ପାରନ୍ତି।

ଥରେ ପଡ଼ିଆରେ କିଛି ସମୟ ରହିବା ପରେ ରୋହିତ ବୋଲରଙ୍କୁ ଚିନ୍ତାରେ ପକାଇ ଦିଅନ୍ତି। ମୋଟାମୋଟି ଭାବେ ଦେଖିଲେ ମୁମ୍ବାଇର ଏହି ବ୍ୟାଟ୍ସମ୍ୟାନ୍‌ ଘରୋଇ ମଇଦାନରେ ୧୪ ଟେଷ୍ଟରେ ହାରାହାରି ୮୮ ଅନୁପାତରେ ୬ ଶତକ ମାରିଛନ୍ତି।

ଘରୋଇ ମଇଦାନରେ ରୋହିତଙ୍କ ରେକର୍ଡ କିଛି ଏଭଳି:
-୧୪ ମ୍ୟାଚ୍‌
-୨୦ ପାଳି
-୧୩୨୫ ରନ୍‌
-୬୯.୨୯ ଷ୍ଟ୍ରାଇକ୍‌ ରେଟ୍‌
-୬ ଶତକ
-୫ ଅର୍ଦ୍ଧଶତକ
-୨୧୨ ସର୍ବଶ୍ରେଷ୍ଠ ସ୍କୋର


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri