Posted inଖେଳ

ଆଇସିସି ଦିନିକିଆ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌: ଶୀର୍ଷରେ କୋହଲି, ରୋହିତ

ଦୁବାଇ,୨୭ା୧- ଦିନିକିଆ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ଡେପୁଟି ରୋହିତ ଶର୍ମାଙ୍କ ରାଜୁତି ଜାରି ରହିଛି। ଦୁହେଁ ଶୀର୍ଷ ଦୁଇ ସ୍ଥାନ ବଜାୟ ରଖିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ କୋହଲି ଦୁଇଟି ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଏବେ ତାଙ୍କ ପକଟେରେ ୮୭୦ ପଏଣ୍ଟ ରହିଛି। ଏହି ସିରିଜ୍‌ରେ ଆହତ ସମସ୍ୟା ଯୋଗୁ ଖେଳି ପାରି ନ ଥିବା ରୋହିତ ପୂର୍ବ ଭଳି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ରୋହିତ ଓ ୩ୟ ସ୍ଥାନରେ ଥିବା ପାକିସ୍ତାନ ଅଧିନାୟକ ବାବର ଆଜାମ (୮୩୭ ପଏଣ୍ଟ)ଙ୍କ ମଧ୍ୟରେ ରହିଛି ୭ ପଏଣ୍ଟର ବ୍ୟବଧାନ। ଏମାନଙ୍କ ବ୍ୟତୀତ ଟପ୍‌-୫ ଭିତରେ ସ୍ଥାନ ପାଇଛନ୍ତି ନ୍ୟୁଜିଲାଣ୍ଡର ଅଭିଜ୍ଞ ରସ ଟେଲର (୮୧୮) ଓ ଅଷ୍ଟ୍ରେଲିଆର ଅଧିନାୟକ ଆରୋନ ଫିଞ୍ଚ (୭୯୧)।

ଟପ୍‌-୧୦ ବୋଲରଙ୍କ ମଧ୍ୟରେ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି ଯଶପ୍ରୀତ ବୁମରା। ସେ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ୩ୟ ସ୍ଥାନରେ ଥିବାବେଳେ ନ୍ୟୁଜିଲାଣ୍ଡର ଟ୍ରେଣ୍ଟ ବୋଲ୍ଟ (୭୨୨) ଓ ଆଫଗାନିସ୍ତାନର ମୁଜବି ଉର ରେହମାନ (୭୦୧) ପ୍ରଥମ ଦୁଇ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri