ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ମୁନିଗୁଡ଼ା,୨୮ା୧: ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ମୁନିଖୋଲ ସନ୍ନିକଟ ମଶାଣି ନାଳ ନିକଟରେ ଗୁରୁବାର ଏକ ମାଲବାହୀ ଟ୍ରେନ୍‌(ତୈଳ ଟ୍ୟାଙ୍କର) ଲାଇନଚ୍ୟୁତ ହୋଇଛି। ଏହାଦ୍ୱାରା ଡାଉନ୍‌ଲାଇନରେ ରେଳ ଚଳାଚଳ ବ୍ୟାହତ ହୋଇଥିଲା। ସୌଭାଗ୍ୟବଶତଃ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।
ସୂଚନା ଅନୁଯାୟୀ, ବିଶାଖାପାଟଣାରୁ ଛତିଶଗଡ଼ ଯାଉଥିବା ଟ୍ରେନ୍‌ଟି ମୁନିଖୋଲ ନିକଟରେ ଲାଇନଚ୍ୟୁତ ହୋଇଥିଲା। ଖବର ପାଇ ପିଡବ୍ଲ୍ୟୁଆଇ, ଆର୍‌ପିଏଫ୍‌, ଷ୍ଟେଶନ ମାଷ୍ଟର ପ୍ରମୁଖ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ଟିଟିଲାଗଡ଼ରୁ ଏକ ଟିମ୍‌ ଆସି ଲାଇନଚ୍ୟୁତ ହୋଇଥିବା ୪ ଟ୍ୟାଙ୍କରର ମରାମତି କରିବା ପରେ ଡାଉନ୍‌ଲାଇନରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। ଟ୍ରେନ୍‌ ଲାଇନଚ୍ୟୁତ ଯୋଗୁ ଦୀର୍ଘ ସମୟ ଧରି କେବଳ ଅପ୍‌ଲାଇନରେ ଟ୍ରେନ୍‌ ଚଳାଚଳ କରିଥିଲା। ତେବେ ମରାମତି ହୋଇଥିବା ଟ୍ୟାଙ୍କରଗୁଡ଼ିକ ମୁନିଗୁଡ଼ା ଷ୍ଟେଶନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri