Odisha Elections 2024

ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ

କେନ୍ଦ୍ରାପଡ଼ା ଅଫିସ,୨୯।୧: ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ। ଏପରି ଅଭାବନୀୟ ଘଟଣା ଘଟିଛି ରାଜନଗର ବ୍ଲକ ଓକିଲପାଳ ଗାଁରେ। ଏହି ଗାଁର ରମାକାନ୍ତ ସାମଲ ଗୁରୁବାର ରାତିରେ ବିଲରେ ନିଜ ପରିବାର ସହିତ ଧାନ ଜଗିବା ପାଇଁ ପଲା କରି ଶୋଇଥିବା ବେଳେ ରାତିରେ ଷଣ୍ଢ ଖାଇବାରୁ ରମାକାନ୍ତ ଷଣ୍ଢକୁ ଗୋଡ଼ାଇବାକୁ ଯାଇଥିଲେ। ଏହି ସମୟରେ ପଲାରେ ଜଳୁଥିବା ଡିବିରି ଆଲୁଅରୁ ଅଗ୍ନିକାଣ୍ଡ ଘଟିଥିଲା। ତେବେ ରମାକାନ୍ତ ଦୌଡ଼ିଆସି ସ୍ତ୍ରୀ ଓ ବଡ଼ଝିଅକୁ ଉଦ୍ଧାର କରିବା ବେଳେ ନିଜେ ପୋଡି ହୋଇଯାଇଥିଲେ।

ଏହି ଅଘଟଣରେ ରମାକାନ୍ତଙ୍କ ୩ବର୍ଷର ଝିଅ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୧୨ବର୍ଷର ବଡ଼ଝିଅ ରିଙ୍କୁଲି,ସ୍ତ୍ରୀ ଓ ନିଜେ ରମାକାନ୍ତ ଗୁରୁତର ହୋଇଛନ୍ତି। ରମାକାନ୍ତଙ୍କ ସମେତ ସ୍ତ୍ରୀ କୁନିରାଣୀ ଓ ବଡ଼ଝିଅ ରିଙ୍କୁଲିଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ...

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର...

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର...

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri