ଡକାୟତି ଯୋଜନା ବେଳେ ୭ ଗିରଫ

ପଟ୍ଟାମୁଣ୍ଡାଇ,୨୯। ୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍‌ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି ା ସେମାନଙ୍କଠାରୁ କଟୁରି, ଛୁରି, ଭୁଜାଲି, ୯ ଏମ୍‌ଏମ୍‌ ପିସ୍ତଲ ଜବତ କରାଯାଇଛି। ଗିରଫ ଲୁଟେରା ହେଲେ ପଟ୍ଟାମୁଣ୍ଡାଇ ଥାନା ମୂଳବସନ୍ତ କେଳାସାହି ଗ୍ରାମର ମୁନା ଦାସ, ପୋଖରିଆପଡା ଗ୍ରାମର ଡାଙ୍ଗୁ ଓରଫ ପ୍ରଶାନ୍ତ ମଲିକ, ବେଲତଳ ଶୁଖୁଆପଡା ଗ୍ରାମର ବଳିଆ ଓରଫ ବିଶ୍ବରଞ୍ଜନ ଦାସ, ପୋଖରିଆପଡା ଗ୍ରାମର ଭୋଳାନାଥ ବେହେରା, ପଟ୍ଟାମୁଣ୍ଡାଇ ବସ୍ତିର ସବିର ଖାନ,ସକବ ଅଲ୍ଲୀ ଖାନ ଏବଂ ଧର୍ମଶାଳା ଥାନା ନୀଳକଣ୍ଠପୁର ଗ୍ରାମର ନରେଶ ଦାସ। ଏ ନେଇ ଥାନାରେ ମାମଲା (ନଂ.୬୦ା୨୧)ରୁଜୁ କରାଯାଇ ସମସ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ା ସମ୍ପୃକ୍ତ ଯୁବକ ସେଦିନ ରାତିରେ ଡକାୟତି ପାଇଁ ଯୋଜନା କରୁଥିଲେ। ଖବର ପାଇ ସବ୍‌ଇନ୍ସପେକ୍ଟର ବିଲମଙ୍ଗଳ ସେଠୀ ସଦଳବଳେ ଚଢ଼ାଉ କରିଥିଲେ। ଏହି ଯୁବକ ବିଭିନ୍ନ ଲୁଟ୍‌, ରାହାଜାନୀ, ଡକାୟତି ଓ ବାଇକ୍‌ ଚୋରି ଘଟଣାରେ ସମ୍ପୃକ୍ତ ଥିବା ପୋଲିସ କହିଛି। ଅଭିଯୁକ୍ତଙ୍କ ନାମରେ ବିଞ୍ଝାରପୁର, ପାରାଦୀପ, ଜଗତ୍‌ସିଂହପୁର, କେନ୍ଦ୍ରପଡା, ଆଳି ଥାନାରେ ଏକାଧିକ ମାମଲା ଥିବା ପୋଲିସ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri