୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଗତ ଦୁଇ ମାସ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗଜପତି ଜିଲାର ଆର. ଉଦୟଗିରିରେ ୨ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନୂଆପଡା ୨, ସମ୍ବଲପୁରର ବୁର୍ଲାରେ ୨, ଝାରସୁଗୁଡ଼ାର ଲଖନପୁରରେ ୨, ଲଇକେରାରେ ୧, ସୁନ୍ଦରଗଡ଼ର ହେମଗିରିରେ ୧, ହୀରାକୁଦ, ବରଗଡ଼ର ଅତାବିରା, ରାୟଗଡା, ଗଞ୍ଜାମର ମାଧମରିଡା, ଗଜପତିର ମହେନ୍ଦ୍ରଗଡ, କୁଚିଣ୍ଡା, ଜମନକିରା, ସମ୍ବଲପୁରରେ ୧ ସେଣ୍ଟିମିଟର ଲେଖାଏ ବର୍ଷା ହୋଇଛି। ଆସନ୍ତା ୫ ଓ ୬ ଦୁଇଦିନ ଧରି ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଟ୍ରପ୍‌ ଲାଇନ, ବଙ୍ଗୋପସାଗର ଏବଂ ଆରବସାଗର ପଟୁ ପ୍ରବାହିତ ବାୟୁ ରାଜ୍ୟରେ ବର୍ଷା କରାଇବ। ଏଥିଯୋଗୁ ଢେଙ୍କାନାଳ, ଅନୁଗୋଳ, ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧ ତାରିଖରୁ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri