ବାଡ଼ିରୁ ମୁଣ୍ଡ ବିହୀନ ଶିଶୁର ମୃତଦେହ ଜବତ

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ଅଧିନସ୍ଥ ଚଇନପୁର ଗ୍ରାମପଞ୍ଚାୟତ ବିଦ୍ୟାଧରପୁର ଗ୍ରାମର ଅଶୋକ ତ୍ରିପାଠୀଙ୍କ ବାଡ଼ିରୁ ସୋମବାର ପୂର୍ବାହ୍ନରେ ମୁଣ୍ଡ ବିହୀନ ଶିଶୁର ମୃତଦେହ ଜବତ ହୋଇଛି।

ସୂଚନାନୁଯାୟୀ ବାଡ଼ିର ମାଲିକ ଅଶୋକ ତ୍ରିପାଠୀ ସୋମବାର ପୂର୍ବାହ୍ନରେ ମୃତ ଶିଶୁଟି ପଡ଼ିଥିବାର ଦେଖି ଆଖପାଖ ଲୋକଙ୍କୁ ଜଣାଇଥିଲେ। ଲୋକେ ଯାଜପୁର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁର ମୃତଦେହ ଜବତ କରିବା ସହ ଉକ୍ତ ଅଞ୍ଚଳକୁ ଅବରୋଧ କରି ଘଟଣାର ତଦନ୍ତ ପାଇଁ ସାଇଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁରକୁ ନିୟୋଜିତ କରାଯାଇଛି। ତେବେ ଘଟଣାର ଦୁଇଦିନ ପୂର୍ବରୁ ସେଠାକାର ନଦୀ ଆରପାରିରୁ ଦୁଇଜଣ ଅଣଓଡ଼ିଆଙ୍କୁ ପିଲା ଚୋର ସନ୍ଦେହରେ ଅଟକ ରଖତ ପୋଲିସରେ ଜିମା ଦେଇଥିଲେ । ଏହି ଘଟଣାଟି ପିଲା ଚୋରଙ୍କ ଦ୍ବାରା ଘଟିଥିବା ଗ୍ରାମବାସୀ ସନ୍ଦେହ କରିବା ସହିତ ସେମାନଙ୍କର ପିଲାମାନେ ସ୍କୁଲ ଓ କଲେଜ ଯିବାକୁ ସୁରକ୍ଷିତ ମଣୁ ନାହାନ୍ତି ବୋଲି ଗ୍ରାମବାସୀ ଜଣାଇଛନ୍ତି । ଏହାର ପଦକ୍ଷେପ ନେବା ପାଇଁ ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି। ତେବେ ଘଟଣାସ୍ଥଳରେ ଯାଜପୁର ଜିଲା ଅଧୀକ୍ଷକ ରାହୁଲ ପି.ଆର. ପହଞ୍ଚି ତଦନ୍ତ ପାଇଁ ସନ୍ଧାନୀ କୁକ୍ତର ଓ ସାଇଟିଫିକ୍‌ ଟିମ ନିୟୋଜିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri