ଖବରଦାତାଙ୍କୁ ଫୋନ୍‌କରି ଗାଳିଗୁଲଜ କରିଥିଲେ ଏହି ସୁପରଷ୍ଟାର

ଭୋଜପୁରୀ ସୁପରଷ୍ଟାର ଦୀନେଶ ଲାଲ ଯାଦବ ଓରଫ୍‌ ନିରହୁଆ ମଙ୍ଗଳବାର ନିଜର ୪୨ତମ ଜନ୍ମଦିନ ପାଳନ କରୁଛନ୍ତି। ଫେବୃଆରୀ ୨, ୧୯୭୯ରେ ଉତ୍ତରପ୍ରଦେଶ ଗାଜିପୁରର ଟଣ୍ଡଓ୍ବା ଗାଁରେ ଜନ୍ମଗ୍ରହଣ କରିଥିଲେ। ଏବେ ସେ ଜଣେ ଅଭିନେତା ସାଙ୍ଗକୁ ରାଜନେତା ମଧ୍ୟ ଅଟନ୍ତି। ନିଜର ଫିଲ୍ମ ଏବଂ ଗୀତ ସାଙ୍ଗକୁ ରିୟଲ ଲାଇଫ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ଏହି ଅଭିନେତା। ଏକଦା ସେ ଫୋନ୍‌କରି ଖବରଦାତାଙ୍କୁ ମଧ୍ୟ ଗାଳିଗୁଲଜ କରିଥିଲେ। ଏହାର ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।
ଏହି ବିବାଦ ବିଷୟରେ ନିରୁହା କହିଥିଲେ ଯେ, ଭୋଜପୁରୀ ସିନେମାର ପିଆର୍‌ଓ ଏବଂ ଖବରଦାତାଙ୍କ ଫୋନ୍‌ ଏକଦା ତାଙ୍କ ପାଖକୁ ଆସିଥିଲା। ଏହି ସମୟରେ ନିରୁହା ତାଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିଥିବା ସେ ନିଜେ ସ୍ବୀକାର କରିଥିଲେ। ଏହାର କାରଣ ଶଶିକାନ୍ତ ବୋଲି ସେ କହିଥିଲେ। କାରଣ ବିଗତ ୨ ବର୍ଷ ହେବ ଶଶିକାନ୍ତ ସୋସିଆଲ ମିଡିଆରେ ଭେଜପୁରୀ ସିନେମା ବିରୋଧରେ ନକାରାତ୍ମକ ଅଭିଯାନ ଚଳାଇଥିଲେ। ଏ ନେଇ ସେ ବହୁତ ରାଗିଯାଇଥିଲେ। ତେଣୁ ଖବରଦାତାମାନଙ୍କୁ ଗାଳିଗୁଲଜ କରିଦେଇଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri