ଆଜିଠୁ ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ୍‌ ରାସ୍ତା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା ବୁଧବାରଠାରୁ ଝଲସିବ । ହାଇଟେକ୍‌ ଛକରୁ ଦୟା ବ୍ରିଜ୍‌ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ବୁଧବାର ଉଦ୍‌ଘାଟନ କରିବେ। ବିଏମ୍‌ସି ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଅପରାହ୍ନ ୫ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ଶିରିଡି ସାଇମନ୍ଦିର ଛକ ନିକଟରେ ସୁଇଚ୍‌ ଟିପି ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିବେ।
ଉକ୍ତ ୧୨ କିଲୋମିଟର ମଧ୍ୟରେ ୩୮୭ଟି ଖୁଣ୍ଟରେ ୭୭୪ଟି ଏଲ୍‌ଇଡି ଲାଇଟ ଲାଗିଥିବା ବେଳେ ୪ଟି ଟ୍ରାନ୍ସଫର୍ମର ନିର୍ମାଣ କରାଯାଇଛି। ଏଥିସହିତ ରାଜପଥର ୩ଟି ଛକରେ ହାଇମାଷ୍ଟ ଲାଇଟ ଲାଗିଛି। ସ୍ଥାନୀୟ ଲୋକମାନଙ୍କର ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି। ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ୩୧୬ ନମ୍ବର ୨୦୧୨ରେ ଲୋକାର୍ପଣ ହୋଇଥିଲା। ତେବେ ରାସ୍ତା ଆଲୋକୀକରଣ କରାଯାଇ ନ ଥିଲା। ଫଳରେ ଉକ୍ତ ରାସ୍ତାରେ ଚୋରି, ଡକାୟତି, ରାହାଜାନି ବଢି ଯାଇଥିଲା। ସ୍ଥାନୀୟ ଅଞ୍ଚଳର ଲୋକମାନେ ବିଏମ୍‌ସି ନିକଟରେ ବାରମ୍ବାର ଦାବି କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏହି ରାସ୍ତା ବିଏମ୍‌ସି ଅଧୀନରେ ଆସୁ ନ ଥିବା କହି ଏନ୍‌ଏଚଏଆଇ କର୍ତ୍ତୃପକ୍ଷ ଏହି ଦାବିକୁ ଅଣଦେଖା କରିଥିଲେ। ଏଥିପାଇଁ ଅର୍ଥ ବାଧକ ସାଜୁଥିଲେ ମଧ୍ୟ ସ୍ଥାନୀୟ ଲୋକମାନଙ୍କର ଦାବି ଓ ପର୍ଯ୍ୟଟନର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏକାମ୍ର ବିଧାୟକ ତଥା ତତ୍କାଳନୀ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପର୍ଯ୍ୟଟନ ବିଭାଗରୁ ଉକ୍ତ ରାସ୍ତାର ଆଲୋକୀକରଣ ପାଇଁ ବିଏମ୍‌ସିକୁ ୩ କୋଟି ଟଙ୍କା ପ୍ରଦାନ କରିଥିଲେ। ତେବେ ୨୦୧୯ ଅକ୍ଟୋବରରେ ବିଏମ୍‌ସି ଲାଇଟ ଲଗାଇବା ବେଳେ ଜାତୀୟ ରାଜପଥ କର୍ତ୍ତ୍‌ୃପକ୍ଷ ଏଥିରେ ରୋକ୍‌ ଲଗାଇଥିଲେ। ବିଏମ୍‌ସି ପକ୍ଷରୁ ଏ ନେଇ ଏନ୍‌ଏଚଏଆଇକୁ ବାରମ୍ବାର ଚିଠି ଲେଖାଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ମନ୍ତ୍ରୀ ଅଶୋକ ପଣ୍ଡା ଏହି ସମସ୍ୟାର ସମାଧାନ କରିବାକୁ ନୂଆଦିଲ୍ଲୀ ଯାଇ କେନ୍ଦ୍ର ଭୂପୃଷ୍ଠ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ସହ ସାକ୍ଷାତ କରି ଆଲୋଚନା କରିଥିଲେ। ଏହା ପରେ ୨୦୨୦ ମାର୍ଚ୍ଚ ମାସରେ ଖୁଣ୍ଟ ଉଚ୍ଚା ରଖିବା ସର୍ତ୍ତରେ ଏନ୍‌ଏଚଏଆଇ ଲାଇଟ ଲଗାଇବାକୁ ବିଏମ୍‌ସିକୁ ଅନୁମତି ଦେଇଥିଲେ। ଅଶୋକଙ୍କ ଉଦ୍ୟମ ଫଳରେ ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କର ବହୁଦିନର ଆଶା ସାକାର ହେବାକୁ ଯାଉଛି। ତେବେ ଏହାର ସମସ୍ତ ଶ୍ରେୟ ମୁଖ୍ୟମନ୍ତ୍ରୀଙ୍କର ବୋଲି ମନ୍ତ୍ରୀ ପଣ୍ଡା କହିଛନ୍ତି।
ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା, ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସି କମିଶନର ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri