ସାକ୍ଷୀଗୋପାଳ,୩।୨(ଡି.ଏନ୍.ଏ.): ଓଡ଼ିଶାର ଅନ୍ୟତମ ଐତିହ୍ୟ ପୀଠ ସତ୍ୟବାଦୀ ବକୁଳବନ ସ୍ମୃତି ଉଜ୍ଜୀବିତ ରଖିବା ଲକ୍ଷ୍ୟରେ ଆୟୋଜିତ ବକୁଳବନ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ପଞ୍ଚସଖା ସ୍ବମୃତି ସମାଧି ପୀଠରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟିର ସଭାପତି ସାଧୁଚରଣ ବେହେରା ବୈଠକରେ ଅଧ୍ୟକ୍ଷତା କରିଥିଲେ। ପରାମର୍ଶଦାତା କବି ସଚ୍ଚିକାନ୍ତ ବିଶ୍ୱାଳ ବକୁଳବନର ସଂସ୍କୃତି ଓ ଐତିହ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ସ୍ମରଣିକା ପ୍ରକାଶ ପାଇବାକୁ ସିଦ୍ଧାନ୍ତ ଗ୍ରହଣ କରାଯାଇଥିଲା। ବକୁଳବନ ସୁରକ୍ଷା ଓ ଯନତ୍ ଅପରିହାର୍ଯ୍ୟ ବୋଲି ବିଧାୟକଙ୍କ ପ୍ରତିନିଧି ସୁନୀଲ କୁମାର ପଣ୍ଡା କହିଥିଲେ। ଅନ୍ୟ ମଧ୍ୟରେ କମିଟିର କାର୍ଯ୍ୟକାରୀ ସଭାପତି ରବୀନ୍ଦ୍ର ନାଥ ଷଡଙ୍ଗୀ, ସମ୍ପାଦକ ଯଯାତି କେଶରୀ ରାୟ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଶରତ ଚନ୍ଦ୍ର ରଥ, ନୀଳିମା ରଥ, ରବୀନ୍ଦ୍ରନାଥ ଶତପଥୀ, ଭରତ ରାଉତ ଓ ସୁଧାଂଶୁ ଶେଖର ନାୟକ ପ୍ରମୁଖ ଯୋଗଦେଇଥିଲେ। ସେହିପରି ସତ୍ୟବାଦୀ ମହୋତ୍ସବର ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ମନ୍ଦିର ଦୋଳବେଦୀ ନିକଟରେ ସଭାପତି ଜାନକୀ ବଲ୍ଲଭ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଆଗାମୀ ୭ ତାରିଖରେ ପୂର୍ଣ୍ଣାଙ୍ଗ ପ୍ରସ୍ତୁତି ବୈଠକରେ ମହୋତ୍ସବର ରୂପରେଖ ଚୂଡ଼ାନ୍ତ ହେବାକୁ ସ୍ଥିର କରାଯାଇଛି। ସମ୍ପାଦକ ଜାନକୀ ବରାଳ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ସଂଯୋଜକ ଦୀପକ କୁମାର ଶତପଥୀ, ଅଞ୍ଜନ ହୋତା, ବାବୁଜି ମହାପାତ୍ର ଓ ପ୍ରାଚୁର୍ଯ୍ୟ ହୋତା ପ୍ରମୁଖ
ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
Posted inଆମ ଜିଲା ଖବର, ପୁରୀ View All
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ
ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...
ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…
କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...
‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...
Archives


