ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପ୍ରଥା ଓ ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri