ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି

ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ଭିଜିଲାନ୍ସ ଟିମ୍‌ ଜଗବନ୍ଧୁଙ୍କ ସୋନପୁର ସହର ଶାନ୍ତିନଗରସ୍ଥିତ ଦ୍ୱିତଳ କୋଠା, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିର୍ମାଣାଧୀନ ଦୁଇ ମହଲା କୋଠା ଓ ବିନିକା ବନପାଳଙ୍କ କାର୍ଯ୍ୟାଳୟରେ ଏକକାଳୀନ ଚଢାଉ କରିଥିଲେ । ତନଖି ସମୟରେ ବନପାଳ ଓ ସମ୍ପର୍କୀୟଙ୍କ ନାମରେ ଥିବା ୧ କୋଟି ୪୧ ଲକ୍ଷ ୬୮ ହଜାର ଟଙ୍କାର ସମ୍ପତ୍ତି ଠାବ ହୋଇଛି ।
ପ୍ରକାଶ ଯେ, ୨୨ ବର୍ଷ ପୂର୍ବରୁ ଜଗବନ୍ଧୁ ଚାକିରି ଜୀବନ ଆରମ୍ଭ କରିଥିଲେ। କନ୍ଧମାଳ ଓ ସୁବର୍ଣ୍ଣପୁର ଜିଲାର ବିଭିନ୍ନ ଫରେଷ୍ଟ ସେକ୍ସନରେ ଚାକିରି ପରେ ଏବେ ବିନିକାରେ କାର୍ଯ୍ୟରତ ଅଛନ୍ତି । ସେ ବେଆଇନ ଭାବେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପି ମାରିୟାନ୍ସ ମିଞ୍ଜ୍‌, ସୁଜାତା ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଏକକାଳୀନ ସମ୍ପତ୍ତିର ଯାଞ୍ଚ କରିଥିଲେ।
ବିଭାଗ ପକ୍ଷରୁ ପ୍ରଦତ୍ତ ସମ୍ପତ୍ତି ତାଲିକା ଅନୁଯାୟୀ ଜଗବନ୍ଧୁଙ୍କ ସୋନପୁର ଟାଉନରେ ଥିବା ଦୁଇଟି କୋଠାର ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ । ତାଙ୍କ ନାମରେ ବୌଦ୍ଧରେ ୫ଟି ଓ ସୋନପୁରରେ ୨ଟି ପ୍ଲଟ ରହିଛି । ଏହାଛଡା ଅନ୍ୟାନ୍ୟ ସମ୍ପତ୍ତି ମଧ୍ୟ ଠାବ ହୋଇଛି। ଜଗବନ୍ଧୁ କେଉଁ ଉତ୍ସରୁ ଏହି ସମ୍ପତ୍ତିର ଅଧିକାରୀ ହୋଇଛନ୍ତି ବିଭାଗ ପକ୍ଷରୁ ତାହାର ତଦନ୍ତ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri