Posted inଖେଳ

ଜାତୀୟ ଆଇସ୍‌ଷ୍ଟକ୍‌ ଚାମ୍ପିୟନଶିପ୍‌: ଓଡ଼ିଶା ପାଇଁ ବ୍ରୋଞ୍ଜ ଜିତିଲେ ଅନୁଜ, କୁନାଲ

ଭୁବନେଶ୍ୱର, ୫ା୨(କ୍ରୀଡ଼ା ପ୍ରତିନିଧି)-କଶ୍ମୀରର ଗୁଲମାର୍ଗଠାରେ ୭ମ ଜାତୀୟ ଆଇସ୍‌ଷ୍ଟକ୍‌ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୫ ରାଜ୍ୟରୁ ୩୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଆଇସ୍‌ଷ୍ଟକ୍‌ ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ୫ ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୭ ଜଣ ଏଥିରେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ସବ୍‌ଜୁନିୟର କାଟେଗୋରିରେ ୨ ଜଣ ବ୍ରୋଞ୍ଜ ପଦକ ହାସଲ କରି ରାଜ୍ୟକୁ ଗର୍ବିତ କରିଛନ୍ତି। ଏହି ଦୁଇ ଖେଳାଳି ହେଲେ କୁନାଲ ବେହେରା ଓ ଅନୁଜ ଚୌଧୁରୀ। ଏହା ବ୍ୟତୀତ ଓଡ଼ିଶାର ୪ ଖେଳାଳି ଦ୍ୱିତୀୟ ଖେଲୋ ଇଣ୍ଡିଆ ନ୍ୟାଶନାଲ ଓ୍ବିଣ୍ଟର ଗେମ୍ସ ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ଚନ୍ଦନ ମାହାନା, ଅରବିନ୍ଦ ପାଢ଼ୀ, ସ୍ବରାଜ ମହାପାତ୍ର ଓ ସୋନୁ ସୋମଲିୟା। ଏମାନଙ୍କ ମଧ୍ୟରୁ ଚନ୍ଦନ, ଅରବିନ୍ଦ ଓ ସ୍ବରାଜ ଗୁଲମାର୍ଗ ଟୁର୍ନାମେଣ୍ଟରେ ସିନିୟର କାଟେଗୋରିରେ ଭାଗନେଇ ପଦକ ପାଇ ନ ଥିଲେ। ମାତ୍ର ପ୍ରଦର୍ଶନ ଭିତ୍ତିରେ ସେମାନଙ୍କ ଚୟନ କରାଯାଇଛି। ସୋନୁ ସୋମଲିୟା ପ୍ରଥମ ଖେଲୋ ଇଣ୍ଡିଆ ଗେମ୍ସରେ ଭାଗ ନେଇଥିଲେ। ତେଣୁ ସେ ମଧ୍ୟ ସ୍ବତଃ ଚୟନ ହୋଇଛନ୍ତି। ଓଡ଼ିଶା ଦଳ ପ୍ରତ୍ୟାବର୍ତ୍ତନ କରିବା ପରେ ଝାରସୁଗୁଡ଼ା ରେଲଓ୍ବେ ଷ୍ଟେଶନରେ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ଆସୋସିଏଶନ ପକ୍ଷରୁ ଅରବିନ୍ଦ ବାରିକ, ପ୍ରେମ୍‌ ସିଂ ଥାପ୍ପା, ରବୀନ୍ଦ୍ର ଚୌଧୁରୀ, ଅମ୍ବିକା ନାଥ ପ୍ରମୁଖ ଉପସ୍ଥିତ ଥିଲେ। ଓଡ଼ିଶା ଦଳର କୋଚ୍‌ ଥିଲେ ଆଶୁତୋଷ ନାୟକ ଓ ମ୍ୟାନେଜର ଭବାନୀ କୁମାର ସାହୁ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri