ନୂଆଦିଲ୍ଲୀ, ୫ା୨ (ପି.ଟି.)-ମଜୁରିଆ ଭାବେ କାର୍ଯ୍ୟ କରୁଥିବା ମଧ୍ୟପ୍ରଦେଶର ଜଣେ କୁସ୍ତିଯୋଦ୍ଧା ସନ୍ନି ଯାଦବଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨.୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାଗୁଡ଼ିକ ଲାଗି ଟ୍ରେନିଂ ଏବଂ ପ୍ରସ୍ତୁତି ପାଇଁ ଆବଶ୍ୟକ ସରଞ୍ଜାମ କ୍ରୟ କରିବା କ୍ଷେତ୍ରରେ ସେ ଏହି ଅର୍ଥକୁ ବ୍ୟୟ କରିବେ। କ୍ରୀଡ଼ାବିତ୍ମାନଙ୍କ ଲାଗି ଉଦ୍ଦିଷ୍ଟ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଓ୍ବେଲଫେୟାର ଫଣ୍ଡ୍ରୁ ଯାଦବଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ରାଜସ୍ଥାନର ଚିତ୍ତୋରଗଡ଼ଠାରେ ୨୦୧୮ରେ ଅନୁଷ୍ଠିତ ୨୩ ବର୍ଷରୁ କମ୍ ଜାତୀୟ ଜୁନିୟର ରେସ୍ଲିଂ ଚାମ୍ପିୟନଶିପ୍ ଏବଂ ୨୦୨୦ରେ ଭୁବନେଶ୍ୱରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ୟନିଭର୍ସିଟି ଗେମ୍ସରେ ଯାଦବ ୬୦ କେଜି ଗ୍ରିକୋ-ରୋମାନ୍ ଇଭେଣ୍ଟରେ ଗୋଟିଏ ଲେଖାଏ ରୌପ୍ୟ ଜିତିଥିଲେ। କିନ୍ତୁ ଗତ କିଛିଦିନ ହେଲା ରେସ୍ଲିଂ ପ୍ରାକ୍ଟିସ ପରେ ଅନ୍ୟମାନଙ୍କ ଗାଡ଼ି ସଫା କରିବା ବ୍ୟତୀତ ମଜୁରିଆ ଭାବେ କାର୍ଯ୍ୟକରି ତାଙ୍କ ଗୁଜୁରାଣ ମେଣ୍ଟାଇ ଆସୁଛନ୍ତି। ଜଣେ କୁସ୍ତିଯୋଦ୍ଧା ହୋଇଥିବାରୁ ଏଥିପାଇଁ ଖାଦ୍ୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ। ମାତ୍ର କଠିନ ପରିଶ୍ରମ ସତ୍ତ୍ୱେ ସେ ଉପାର୍ଜନ କରୁଥିବା ଅର୍ଥ ଯଥେଷ୍ଟ ହେଉ ନାହିଁ। ଅନ୍ୟଠାରୁ ଋଣ କରି ସେ ତାଙ୍କ ଟ୍ରେନିଂ ଜାରି ରଖିଛନ୍ତି। ୨୦୧୭ରେ ଯାଦବଙ୍କ ପିତାଙ୍କର ବ୍ରେନ୍ ହାମରେଜ୍ରେ ପ୍ରାଣହାନି ଘଟିଥିଲା। ଏହାପରେ ସେ ଆର୍ଥିକ ଅନଟନ ଦେଇ ଗତି କରୁଛନ୍ତି।
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…
ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...
୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍, ଜାଣନ୍ତୁ ସେମାନେ କିଏ…
ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...
IPL ୨୦୨୬ ନିଲାମ ପରେ ହଠାତ୍ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…
ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...
ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…
ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...
୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!
ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...
ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…
ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...
IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ
ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...
Archives


