ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍‌ ଚିହ୍ନଟ, ୩୩୫୪୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶୁକ୍ରବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି କଟକ ଏବଂ ସୁନ୍ଦରଗଡ଼ରୁ ୧୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୨, ବଲାଙ୍ଗୀର ୧, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୧, ଯାଜପୁର ୬, ଝାରସୁଗୁଡ଼ା ୪, କେନ୍ଦୁଝର ୨, ଖୋର୍ଦ୍ଧା ୬, ମୟୂରଭଞ୍ଜ ୪, ନୂଆପଡ଼ା ୨, ପୁରୀ ୩, ରାୟଗଡ଼ା ୪ ଏବଂ ସମ୍ବଲପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସେହିପରି ଆଜି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ  କଟକର ହୋଇଥିବା ବେଳେ ସେ ଡାଇବେଟିସ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୪୬୬ରେ ପହଞ୍ଚିଥିବା ବେଳେ ୩,୩୨,୬୧୧ ଜଣ ସୁସ୍ଥ ହୋଇଛନ୍ତି। ୮୯୪ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri